ETV Bharat / city

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

author img

By

Published : Sep 30, 2020, 9:56 PM IST

ଆନ୍ଧ୍ର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ଏହାର ସଂଲଗ୍ନ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା, ଗୁରୁବାର ଅକ୍ଟୋବର ୧ ତାରିଖ ମଧ୍ୟରେ ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ, ମାଟି ଘର ଓ କଚ୍ଚା ରାସ୍ତା ନଷ୍ଟ ହେବାର ସମ୍ଭାବନା ରହିଛି । ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଉପୁଜିବା ନେଇ ସତର୍କତା ଜାରି କରାଯାଇଛି ।

ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ବୌଦ୍ଧ, ଢେଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି ।

ଭୁବନେଶ୍ୱର ଓ କଟକ ଟୁଇନ ସିଟିରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଗତ ୨୪ ଘଣ୍ଟା ଭିତରେ ନୟାଗଡ଼ ଓ ଗଞ୍ଜାମ ଜିଲ୍ଲା ସମେତ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ରେକର୍ଡ କରାଯାଇଛି । ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ୮୦.୮ ମିମି, ନୟାଗଡ଼ରେ ୭୦.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୦ଡିଗ୍ରୀ ସେ. ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ ଜୁନ ପହିଲାରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୧୪୦.୮ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ଠାରୁ ୧ ପ୍ରତିଶତ କମ୍ । ଝାରସୁଗୁଡା ଓ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ଗଜପତି, ପୁରୀ, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି ।ଅବଶିଷ୍ଟ ୨୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.