ETV Bharat / city

ଫେରୁଛି ମୌସୁମୀ: ସାରା ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

author img

By

Published : Sep 20, 2022, 11:09 PM IST

ଆରମ୍ଭ ହୋଇଛି ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ବର୍ତ୍ତମାନ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଅଧିକ ପଢ଼ନ୍ତୁ

ଫେରୁଛି ମୌସୁମୀ: ସାରା ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଫେରୁଛି ମୌସୁମୀ: ସାରା ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ବର୍ତ୍ତମାନ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରି ଉତ୍ତର ଓଡିଶା ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁଁହାଇବ। । ଲଘୁଚାପ ପ୍ରଭାବରେ ଆଜି(ମଙ୍ଗଳବାର)ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଆହୁରି ୨ ଦିନ ବର୍ଷା ହେବ ।

ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୩ ଦିନ ବିଳମ୍ବରେ ଆରମ୍ଭ ହୋଇଛି ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ଆଗକୁ ଆଉ ଏକ ଘୁର୍ଣ୍ଣିବଳୟ ଆସୁଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ଆଦି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦୧୧ ମେ ୨୯ରେ କେରଲ ଛୁଇଁଥିଲା ମୌସୁମୀ ବାୟୁ ଜୁନ ୧୩ ରେ ଓଡ଼ିଶାକୁ ଛୁଇଁଥିବା ବେଳଏ ଓ ଜୁନ ୧୬ରେ ସାରା ଓଡିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.