ETV Bharat / city

5 ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି

author img

By

Published : Mar 28, 2021, 6:02 PM IST

Updated : Mar 28, 2021, 6:27 PM IST

ବିଜୁଳି, ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ନେଇ 5ଟି ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

5 ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି
5 ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ଦକ୍ଷିଣ ଛତିଶଗଡ଼ ଆଖପାଖ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଦୁର୍ବଳ ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପଶ୍ଚିମ ବାୟୁ ପ୍ରବାହ କାରଣରୁ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ସୋମବାର ମଧ୍ୟରେ 5 ଟି ଜିଲ୍ଲାରେ ବର୍ଷାହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

5 ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି

ବିଜୁଳି ଘଡଘଡି ହେବା ସହ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ରହିବ । ଏନେଇ 5ଟି ଜିଲ୍ଲା ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ବିଭାଗ ପକ୍ଷରୁ ଜଗତସିଂହପୁର, କନ୍ଧମାଳ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଓ କଟକକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

ଅନ୍ୟପଟେ ୩୦ ତାରିଖରେ ମଧ୍ୟ 3 ଜିଲ୍ଲାକୁ ଘୁର୍ଣ୍ଣିଝଡ଼ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ରେକର୍ଡ ହୋଇ ଥିବାବେଳେ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦.୫ ଡିଗ୍ରୀ, ବଲାଙ୍ଗୀରରେ ୪୦.୦, ଭୁବନେଶ୍ୱରରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ୮ ଟି ସ୍ଥାନରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Mar 28, 2021, 6:27 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.