ETV Bharat / city

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ନିଂ - Orange warning

ପୂର୍ବ କେନ୍ଦ୍ରୀୟ ଏବଂ ଏହାର ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଗୁରୁବାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ତାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଅଧିକ ପଢନ୍ତୁ...

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ

author img

By

Published : Jun 10, 2021, 10:02 PM IST

ଭୁବନେଶ୍ବର: ଗୁରୁବାର, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାର ଦକ୍ଷିଣ ଜିଲ୍ଲା ଗୁଡିକରେ ପ୍ରବେଶ କରିଛି। ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ଗଜପତି, ଗଞ୍ଜାମ ଆଦି ଜିଲ୍ଲା ଗୁଡିକୁ ସମ୍ପୂର୍ଣ୍ଣ ଭାବେ ପ୍ରବେଶ କରିଛି ମୌସୁମୀ। ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଆଂଶିକ ପ୍ରବେଶ କରିଛି ମୌସୁମୀ। ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ଆଂଶିକ ଭାବେ ଛୁଇଁଛି ମୌସୁମୀ।

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ
ପୂର୍ବ କେନ୍ଦ୍ରୀୟ ଏବଂ ଏହାର ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଗୁରୁବାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ତାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ଆଗାମୀ ୨୪ ଘଣ୍ଟାରେ ମଧ୍ୟମରୁ ତୀବ୍ର ବିଜୁଳି ଘଡଘଡି ହେବ। ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା, ଶୁକ୍ରବାର ସକାଳ ୮.୩୦ ସୁଦ୍ଧା ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର, ନୟାଗଡ଼ ଏବଂ ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ପ୍ରଭାବରେ କିଛି କିଛି ସ୍ଥାନରେ ବର୍ଷା ପାଣି ଜମିବା ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜି ପାରେ। ଟ୍ରାଫିକ ଯାତାୟାତରେ ଅସୁବିଧା ହେବ, ଜଳବନ୍ଦୀ ସମସ୍ୟା ଯୋଗୁଁ ପନିପରିବା ନଷ୍ଟ ହେବ ଏବଂ ପ୍ରଭାବିତ ଅଞ୍ଚଳକୁ ଯିବା ଆସିବାରୁ ନିବୃତ ରୁହିବାକୁ କୁହାଯାଇଛି ।ସେହିପରି ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବରଗଡ, ଢେଙ୍କାନାଳ, ଝାରସୁଗୁଡା ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି।ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.