ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା ଦେଲା OSIC - ଓଏସଆଇସି

ମହାମାରୀ କାଳରେ ସହାୟତାର ହାତ ବଢାଇଲା OSIC । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ଦେଲା ଚେକ । ଅଧିକ ପଢନ୍ତୁ...

OSIC provide 10 lakhs to the Chief Minister's Relief Fund
OSIC ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା
author img

By

Published : May 8, 2021, 6:52 AM IST

ଭୁବନେଶ୍ବର: କୋରୋନାର ମୁକାବିଲା ଉଦ୍ଦେଶ୍ୟରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ସହଯୋଗର ହାତ ବଢ଼େଇଛନ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସାହାଣୀ ଏହି ରାଶିର ଚେକ୍‌ ପ୍ରଦାନ କରିଛନ୍ତି ।

ଏହି ଅବସରରେ ନିଗମର ଅଧ୍ୟକ୍ଷ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୂରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁଁ ଓଡ଼ିଶାରେ କୋଭିଡ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଏହି ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀରୁ ସୁରକ୍ଷିତ ରଖିବାକୁ ଚିନ୍ମୟ ଅନୁରୋଧ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.