ETV Bharat / city

ପୁଣି ମିଳିଲା କାଳିଆ ଟଙ୍କା, ଏଥର 1272 କୋଟି ମଞ୍ଜୁର - kalia yojana

ପୁଣି ମିଳିଲା କାଳିଆ ଟଙ୍କା, ଏଥର 1272 କୋଟି ମଞ୍ଜୁର

author img

By

Published : Feb 12, 2021, 6:54 PM IST

Updated : Feb 12, 2021, 7:39 PM IST

18:47 February 12

ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ଟଙ୍କା

ଭୁବନେଶ୍ବର: ପୁଣି ଚାଷୀ ପାଇବେ କାଳିଆ ଯୋଜନା ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦-୨୧ ବର୍ଷ ପାଇଁ କାଳିଆ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ୫୩ ଲକ୍ଷରୁ ଊର୍ଦ୍ଧ୍ଵ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ସହାୟତା ରାଶି ପ୍ରଦାନ କରାଯିବାର ବ୍ୟବସ୍ଥା ହୋଇଛି । ଏନେଇ ଆଜି(ଶୁକ୍ରବାର) ରାଜ୍ୟ ସରକାରଙ୍କ ପକ୍ଷରୁ ୧୨୭୨ କୋଟି ଟଙ୍କା ମଞ୍ଜୁର ହୋଇଛି ।

ସୂଚନା ଅନୁସାରେ ରାଜ୍ୟ ସରକାର 2019 ମସିହା ଡିସେମ୍ବର ମାସରେ କାଳିଆ ଯୋଜନା ଘୋଷଣା କରିଥିଲେ । ପ୍ରଥମ କିସ୍ତିରେ ୫୧ ଲକ୍ଷ ୫ ହଜାର ୨୯୦ ଚାଷୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ଡିବିଟି ଜରିଆରେ ଅର୍ଥ ପ୍ରଦାନ କରାଯାଇଥିଲା । ସେଥିରେ ୩୬ ଲକ୍ଷ ୩୪ ହଜାର ୭୧୦ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଥିବାବେଳେ ୧୪ ଲକ୍ଷ ୭୦ ହଜାର ୫୮୬ ଜଣ ଭୂମିହୀନ ଚାଷୀ ସହାୟତା ପାଇଥିଲେ । ରାଜ୍ୟରେ ଏହି ଯୋଜନା ପୁଣି ଥରେ ଲାଗୁ ହୋଇଛି ।

ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଚାଷୀଙ୍କୁ 200 ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ।, ଚାଷୀର ରୋଜଗାର ବଢୁ । ଚାଷୀର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’ କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି । ଚାଷୀଭାଇ ସଞ୍ଜିବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛନ୍ତି । ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି MSPକୁ ଦୁଇଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବି କରିଆସୁଛି  । ଏହାସହିତ କୃଷିଜାତ ଜିନିଷ ପାଇଁ ମାର୍କେଟିଙ୍ଗ ଇନଫ୍ରାଷ୍ଟ୍ରକ୍ଚରକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ  । ସୁନ୍ଦରଗଡର କୁମାରୀ ମାରାଇ, ବରଗଡର ମାଣିକ ପ୍ରଧାନ, ନବରଙ୍ଗପୁରର ଘନ ପାଇକ, ନୟାଗଡର ଦାଶରଥୀ ସାହୁ ଓ ମୟୂରଭଞ୍ଜର ଚାଷୀମାନେ କାଳିଆ ସହାୟତା ଦ୍ବାରା କିପରି ଚାଷ ସହିତ ଛେଳି ପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମକରି କିପରି ଲାଭବାନ୍‌ ହୋଇଛନ୍ତି, ସେ ବାବଦରେ ମତବ୍ୟକ୍ତ କରି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

ସେହିପରି କୃଷି ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ, ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ କାରଣରୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି  ।

ଭୁବନେଶ୍ବରରୁ ତପନ ଦାସ ଏବଂ ଭବାନୀ ଶଙ୍କର ଦାସ,  ଇଟିଭି ଭାରତ

Last Updated : Feb 12, 2021, 7:39 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.