ETV Bharat / city

ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର - Over 800 appointments in FARD

ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀ ନିଯୁକ୍ତ (804 employees appointed in FARD) । ୫-ଟି ଉପକ୍ରମ ଅବଲମ୍ବନ କରି ତୃଣମୂଳସ୍ତରରେ ପରିବର୍ତ୍ତନ ପାଇଁ କାମ କରନ୍ତୁ ବୋଲି ନବନିଯୁକ୍ତ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି । ଅଧିକ ପଢ଼ନ୍ତୁ

ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀ ନିଯୁକ୍ତ, ତୃଣମୂଳ ସ୍ତରରେ ପରିବର୍ତ୍ତନ ପାଇଁ କାମ କରିବାକୁ ପରାମର୍ଶ

author img

By

Published : Sep 22, 2022, 11:47 AM IST

ଭୁବନେଶ୍ବର: ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀ ନିଯୁକ୍ତ ହୋଇଛନ୍ତି । ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପତ୍ର ମିଳିଛି । ମତ୍ସ୍ୟ ଓ ପ୍ରାଣୀସମ୍ପଦ (Fisheries and Animal Resources Development department ) କ୍ଷେତ୍ର ଗ୍ରାମାଞ୍ଚଳ ପାଇଁ ଅଭିବୃଦ୍ଧିର ଇଞ୍ଜିନ ବୋଲି କାର୍ଯ୍ୟକ୍ରମରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୫-ଟି ଉପକ୍ରମ ଅବଲମ୍ବନ କରି ତୃଣମୂଳ ସ୍ତରରେ ପରିବର୍ତ୍ତନ ପାଇଁ କାମ କରନ୍ତୁ ବୋଲି ନବନିଯୁକ୍ତ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି । ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ହୋଇଛି ଦିଗଦର୍ଶନ କାର୍ଯ୍ୟକ୍ରମ । ଭିସି ଜରିଆରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମ ଏକା ସଙ୍ଗେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନରେ ଆୟୋଜିତ ହୋଇଛି । ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିସି ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଦ୍ଵାରା ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ପାଇଛନ୍ତି ।

ଏହିପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘‘ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ । ଗ୍ରାମାଞ୍ଚଳରେ ୭୦ ପ୍ରତିଶତରୁ ଅଧିକ ଲୋକ ବିଭିନ୍ନ ଚାଷ କାର୍ଯ୍ୟରେ ନିୟୋଜିତ ଅଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରିଛନ୍ତି । ରାଜ୍ୟ ସରକାର ଏହି କୃଷକଙ୍କ ଜୀବନକୁ ଅଧିକ ଆରାମଦାୟକ କରିବା, ରୋଜଗାର ବଢାଇବା ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି ।’’

ସେଥିପାଇଁ ରାଜ୍ୟ ସରକାରଙ୍କ ଦ୍ଵାରା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିର ଏକ ଇଞ୍ଜିନ ଭାବରେ ଚିହ୍ନଟ କରାଯାଇଛି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ‘‘ଗ୍ରାମାଞ୍ଚଳରେ ଲୋକଙ୍କ ପ୍ରୋଟିନ କ୍ୟାଲୋରୀ ଆବଶ୍ୟକତା ପୂରଣ କରିବା, ପୁଷ୍ଟିସାଧନ ଓ ସର୍ବୋପରି ଖାଦ୍ୟ ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସମ୍ପଦ କ୍ଷେତ୍ରର ସ୍ବତନ୍ତ୍ର ଭୂମିକା ରହିଛି ।’’

ତେଣୁ ଏହି ବିଭାଗର ଅଧିକାରୀମାନେ ସେମାନଙ୍କ ଦାୟିତ୍ବ କେତେ ଗୁରୁତ୍ବପୂର୍ଣ୍ଣ ତାହା ଅନୁଭବ କରିବା ଉଚିତ । ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଟିମ୍ ସ୍ପିରିଟ୍‌ରେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ବାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରି ହେବ । ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ରାସ୍ତା ତିଆରି ହୋଇପାରିବ । ନବନିଯୁକ୍ତ କର୍ମଚାରୀମାନେ ସ୍ୱଚ୍ଛତା ବଜାୟ ରଖିବା ସହ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଛନ୍ତି ।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ଯେ, ‘‘ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଯୋଗୁଁ ରାଜ୍ୟରେ ପ୍ରାଣୀଜ ଉତ୍ପାଦନ ବୃଦ୍ଧି ପାଇଛି । ଗତ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୩ ଗୁଣ, ମାଂସ ଉତ୍ପାଦନ ୬ ଗୁଣ, ଅଣ୍ଡା ୩ ଗୁଣ ଓ ମାଛ ଉତ୍ପାଦନ ୪ ଗୁଣ ବୃଦ୍ଧି ପାଇଛି ।’’

ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ନିୟୋଜିତ ଚାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ନିଯୁକ୍ତି କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ।

ରାଜ୍ୟରେ ବିଭିନ୍ନ କମିଶନ ଓ ବିଭାଗ ଦ୍ବାରା ପ୍ରତି ମାସରେ ହଜାର ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯାଉଛି । ଆନୁସାଙ୍ଗିକ କ୍ଷେତ୍ରରେ ବିକାଶ ଯୋଗୁଁ ଗ୍ରାମାଞ୍ଚଳରେ ଅଧିକ ଆର୍ଥିକ ଅଭିବୃଦ୍ଧି ଘଟୁଛି ବୋଲି ସେ ମତ ଦେଇଛନ୍ତି । କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା ଉପସ୍ଥିତ ଥିଲେ । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଟ ସ୍ବାଗତ ଭାଷଣ ଦେଇଥିବା ବେଳେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.