ETV Bharat / city

୮ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପିତ

ରାଜ୍ୟର ୮ଟି ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ଓ PSA ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହାସହ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ...

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପିତ

author img

By

Published : Jun 24, 2021, 8:50 PM IST

ଭୁବନେଶ୍ବର: ରାଜ୍ୟର ୮ଟି ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ଓ PSA ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଗୁରୁବାର) ଭିଡିଓ କନଫରେସିଂ ଜରିଆରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପିତ
୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପିତ

ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ଓ PSA ପ୍ଲାଣ୍ଟ ଭିତ୍ତିପ୍ରସ୍ତର ରଖାଯାଇଛି । ସେହିଭଳି ଭଞ୍ଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି ।

ଏହି କାର୍ଯ୍ୟକ୍ରମରେ ତୃତୀୟ ଲହର ସଂକ୍ରମଣ ବିଷୟରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତୃତୀୟ ଲହର ସଂପର୍କରେ ବିଶେଷଜ୍ଞ ମାନଙ୍କର ଭିନ୍ନ ମତ ରହୁଛି । ତେଣୁ ପ୍ରସ୍ତୁତିରେ ଅବହେଳା ନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖାଦେଲାଣି । ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ କୋରୋନା ବିରୋଧରେ ଲଢେଇ ଜିତିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଉତ୍ତମ ସେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି । ଏହି ଭର୍ଚ୍ଚୁଆଲ କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହ ବହୁ ନେତା ଓ ମନ୍ତ୍ରୀ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.