ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶୁକ୍ରବାର) ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ତରଳ ମେଡ଼ିକାଲ ଅମ୍ଳଜାନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଫଳରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
-
To strengthen preparedness against possible future waves of #COVID19 pandemic, CM @Naveen_Odisha will inaugurate healthcare infrastructure and lay foundation for multiple medical oxygen storage and generation plants at different hospitals across the State. #OdishaCares pic.twitter.com/cQknNciwsO
— CMO Odisha (@CMO_Odisha) June 25, 2021 " class="align-text-top noRightClick twitterSection" data="
">To strengthen preparedness against possible future waves of #COVID19 pandemic, CM @Naveen_Odisha will inaugurate healthcare infrastructure and lay foundation for multiple medical oxygen storage and generation plants at different hospitals across the State. #OdishaCares pic.twitter.com/cQknNciwsO
— CMO Odisha (@CMO_Odisha) June 25, 2021To strengthen preparedness against possible future waves of #COVID19 pandemic, CM @Naveen_Odisha will inaugurate healthcare infrastructure and lay foundation for multiple medical oxygen storage and generation plants at different hospitals across the State. #OdishaCares pic.twitter.com/cQknNciwsO
— CMO Odisha (@CMO_Odisha) June 25, 2021
ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲା ଗୁଡିକ ହେଲା, ଅନୁଗୋଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇ ପାରିବ । ଏହା ସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲି ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍ ୱାର୍ଡ ଓ ଦେବଗଡ ରାଜମୁଣ୍ଡା ସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟିକା ଭଣ୍ଡାର ଗୃହର ଉଦ୍ଘାଟନ କରିଛନ୍ତି ।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚ ପ୍ରଶଂସା କରିଛନ୍ତି । ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକ ମାନେ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ । ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ