ଭୁବନେଶ୍ବର: ଧାର୍ଯ୍ୟ ସମୟ ମଧ୍ୟରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ସୀମା ପୁନଃ ନିର୍ଦ୍ଧାରଣ କାମ ସରିଛି । ନିର୍ବାଚନ ନେଇ ଖୁବଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ପ୍ରଦାନ କରାଯିବ । ଏହା ସହ ପୌର ନିର୍ବାଚନ ପାଇଁ ବି ଆମେ ପ୍ରସ୍ତୁତ ଅଛୁ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ।
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଠିକ୍ ସମୟରେ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ତେଣୁ ୨୦୨୨ ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ସ୍ପଷ୍ଟ ହୋଇଛି । ଆଗାମୀ ୬ ମାସ ମଧ୍ୟରେ ପଞ୍ଚାୟତ ନିର୍ବାଚନ କରାଇବା ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ପୂର୍ବରୁ ଚିଠି ଲେଖିଥିଲେ ରାଜ୍ୟ ସରକାର ।
ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ