ETV Bharat / city

Nanda Sir Demise: ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌ - ଆଖି ବୁଜିଲେ ପଦ୍ମଶ୍ରୀ ନନ୍ଦ ସାର୍‌

ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌ । ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଆଖି ବୁଜିଲେ ଚାଟଶାଳୀ ଶିକ୍ଷକ ନନ୍ଦ କିଶୋର ପୃଷ୍ଟି । ଅଧିକ ପଢନ୍ତୁ

ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌
ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌
author img

By

Published : Dec 7, 2021, 2:07 PM IST

Updated : Dec 7, 2021, 4:57 PM IST

ଭୁବନେଶ୍ବର: ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌ । ଗତ କିଛି ଦିନ ଧରି କୋରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନନ୍ଦ ସାର । ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଆଖି ବୁଜିଲେ ଚାଟଶାଳୀ ଶିକ୍ଷକ ନନ୍ଦ କିଶୋର ପୃଷ୍ଟି । କୋଭିଡ ସହିତ ମଲ୍ଟିପଲ ଅର୍ଗାନ ଯେଭଳି କି କିଡନୀ, ଲିଭର ସହିତ ଫୁସଫୁସ ପ୍ରଭାବିତ ହୋଇଥିଲା । ଆଜି(ମଙ୍ଗଳବାର) ଅପରାହ୍ନ ପ୍ରାୟ 1.28 ମିନିଟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପ୍ରଫେସର ଡଃ ପ୍ରଦୀପ୍ତ ପାତ୍ର।

Nanda Sir Demise: ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍‌

କିଛି ଦିନ ତଳେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଗତ ମାସ ୨୯ ତାରିଖରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ । ଏହାପରେ ତାଙ୍କୁ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବରକୁ ସ୍ଥାନ୍ତାନ୍ତର କରାଯାଇଥିଲା । କିଛି ଦିନ ତଳେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ବାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଯାଜପୁର ଜିଲ୍ଲାର ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ଧରି ଗାଁ ପିଲାଙ୍କୁ ପାଠ ପଢ଼ାଇ ଆସୁଥିଲେ । ତେବେ ଏଥିପାଇଁ ସେ କୌଣସି ପାରିଶ୍ରମିକ ନେଉନଥିଲେ । ଯାଜପୁରର ସୁକିନ୍ଦା ବ୍ଲକ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ଭାବେ ପରିଚିତ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ବା ନନ୍ଦ ସାରଙ୍କ ଜୀବନୀ ଉପରେ ନିର୍ମାଣ ହୋଇଛି ଏକ ଫିଲ୍ମ ।

ତେବେ ସେ ବିନା ଶୁଳ୍କରେ ଶିକ୍ଷାଦାନ କରୁଥିବାର ଖବର ପ୍ରକାଶ ପାଇଥିଲା । ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ପଦ୍ମଶ୍ରୀ ପାଇଁ ତାଙ୍କ ନାମ ସୁପାରିଶ କରିଥିଲେ । ପରେ ତାଙ୍କୁ ଗତ ମାସ ନଭେମ୍ବର ୯ ତାରିଖରେ ମିଳିଥିଲା ପଦ୍ମଶ୍ରୀ ସମ୍ମାନ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

Last Updated : Dec 7, 2021, 4:57 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.