ETV Bharat / city

ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ସୁଦର୍ଶନଙ୍କୁ ପୁନଃ ଦାୟିତ୍ବ - Odisha lalita kala Academy president

ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃ ମନୋନୀତ ହେଲେ ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା । ଅଧିକ ପଢନ୍ତୁ...

ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୂନଃମନୋନୀତ ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

author img

By

Published : Sep 20, 2021, 9:31 PM IST

ଭୁବନେଶ୍ବର: ପୁନର୍ବାର ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ମନୋନୀତ ହେଲେ ପ୍ରଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସେ ପୁନର୍ବାର ମନୋନୀତ ହୋଇଛନ୍ତି । ଏନେଇ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ୨୦୧୮ ମସିହାରୁ କାର୍ଯ୍ୟ କରିଆସୁଥିଲେ । ତାଙ୍କର କାର୍ଯ୍ୟକାଳ ସରୁଥିବାରୁ ଆଗାମୀ ୩ ବର୍ଷ ପାଇଁ ତାଙ୍କୁ ପୁନର୍ବାର ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର ।

ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ତେବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଟ୍ବିଟ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୁଦର୍ଶନ ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.