ଭୁବନେଶ୍ବର: ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ । ରବିବାର ରାତି 9.30ରେ ଶ୍ବାସ ସମସ୍ୟା କାରଣରୁ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ମୁତାବକ, ଏହା ପୂର୍ବରୁ ମଧ୍ୟ ସ୍ବାସ୍ଥ୍ୟଜନିତ ସମସ୍ୟା କାରଣରୁ ତୁଳସୀ ମୁଣ୍ଡାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିଛି ଦିନ ମେଡିକାଲରେ ଚିକିତ୍ସିତ ହେବା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ମାତ୍ର ରବିବାର ପୁଣି ଶ୍ବାସ ସମସ୍ୟା କାରଣରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ଏମରଜନ୍ସି ୱାର୍ଡରେ ରଖାଯାଇଥିବା ସୂଚନା ମିଳିଛି ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ