ETV Bharat / city

ଆଜିଠୁ ସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଏକକ ପିଜି ପରୀକ୍ଷା - ଭୁବନେଶ୍ବରରେ ପିଜି ପ୍ରବେଶିକା ପରୀକ୍ଷା

ଆଜିଠୁ ରାଜ୍ୟରେ ସବୁ ସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆରମ୍ଭ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା । ଅଧିକ ପଢ଼ନ୍ତୁ

ଆଜିଠୁ ଏକକ ପିଜି ପରୀକ୍ଷା
ଆଜିଠୁ ଏକକ ପିଜି ପରୀକ୍ଷା
author img

By

Published : Aug 1, 2022, 11:10 AM IST

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ସବୁ ସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆରମ୍ଭ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା । ପ୍ରତିଦିନ ତିନୋଟି ସେସନ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରଥମ ସେସନ ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦, ଦ୍ବିତୀୟ ସେସନ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏବଂ ତୃତୀୟ ସେସନ୍ ୩ଟାରୁ ୪ଟା ୩୦ ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେବ । ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ଲାଗି ଅତିରିକ୍ତ ୩୦ ମିନିଟ୍‌ ସମୟ ଦିଆଯିବ ।

ଅଗଷ୍ଟ ୧୨ରୁ ୨୦ ମଧ୍ୟରେ ପ୍ରାର୍ଥୀମାନେ ନିଜର ସ୍ନାତକ ମାର୍କ ଅପଲୋଡ୍‌ କରିବେ । ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଗଷ୍ଟ ୨୨ସୁଦ୍ଧା ଓକାକ୍‌ କର୍ତ୍ତୃପକ୍ଷଙ୍କୁ ପ୍ରବେଶିକା ପରୀକ୍ଷା ମା‌ର୍କ ହସ୍ତାନ୍ତର କରାଯିବ । ଅଗଷ୍ଟ ୨୫ ତାରିଖ ଅପରାହ୍ନ ୨ଟାରେ ରାଜ୍ୟସ୍ତରୀୟ ବିଷୟ ଭିତ୍ତିକ ମେଧା ତାଲିକା ପ୍ରକାଶ ପାଇବ । ୨୫ରୁ ୩୦ ତାରିଖ ମଧ୍ୟରେ ଯୋଗ୍ୟ ପ୍ରାର୍ଥୀମାନେ ଚଏସ୍‌ ଫିଲିଂ କରିପାରିବେ । ସେପ୍ଟେମ୍ବର ୫ରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ସିଟ୍‌ ଆଲଟ୍‌ମେଣ୍ଟ ତାଲିକା ପ୍ରକାଶ କରାଯିବ । ୬ ଓ ୭ ତାରିଖରେ ଛାତ୍ରଛାତ୍ରୀ ସେମାନଙ୍କୁ ଆଲଟ୍‌ ହୋଇଥିବା ଶିକ୍ଷାନୁଷ୍ଠାନରେ ନାମ ଲେଖାଇବେ ।

ସେପ୍ଟେମ୍ବର ୧୩ରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରୋଭିଜନାଲ ସିଟ୍‌ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ । ଅଗଷ୍ଟ ୧୪ ଓ ୧୫ରେ ନାମଲେଖା ହେବ । ୨୦ ତାରିଖରେ ଖାଲିଥିବା ସିଟ୍‌ ତାଲିକା ସାମ୍‌ସ ୱେବସାଇଟ୍‌ରେ ଉପଲବ୍ଧ ହେବ । ୨୩ ତାରିଖରେ ସ୍ପଟ୍‌ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଏବଂ ୨୪ରୁ ୨୬ ତାରିଖ ମଧ୍ୟରେ ଶିକ୍ଷାନୁଷ୍ଠାନରେ ରିପୋର୍ଟିଂ ହେବ । ୨୮ ତାରିଖରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ଚୂଡ଼ାନ୍ତ ସ୍ପଟ୍‌ ମେରିଟ୍‌ ତାଲିକା ପ୍ରକାଶ କରାଯିବ । ୨୯ ଓ ୩୦ ତାରିଖରେ ନାମଲେଖା ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.