ETV Bharat / city

Primary Schools To Reopen: ନୂଆବର୍ଷରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ, ସକାଳ ୯ରୁ ୧୨ ଯାଏଁ ପାଠପଢା

author img

By

Published : Dec 28, 2021, 4:43 PM IST

Updated : Dec 28, 2021, 4:54 PM IST

ଆସନ୍ତାବର୍ଷ ଜାନୁଆରୀ ୩ ତାରିଖରୁ ଶ୍ରେଣୀଗୃହରେ ପାଠ ପଢିବେ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଅଧିକ ପଢନ୍ତୁ

Physical class in Odisha: ନୂଆବର୍ଷରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ବର: ଆସନ୍ତାବର୍ଷ ଜାନୁଆରୀ 3 ତାରିଖରେ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ବିଦ୍ୟାଳୟର ଶ୍ରେଣୀ ଗୃହରେ ବସି ପାଠ ପଢିବେ ଛାତ୍ରଛାତ୍ରୀ । ତେବେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ନୂଆବର୍ଷରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ, ସକାଳ ୯ରୁ ମଧ୍ୟାହ୍ନ ୧୨ ଯାଏଁ ଚାଲିବ ପାଠପଢା

ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ 27,000 ବିଦ୍ୟାଳୟକୁ ଜାନୁୟାରୀ 3 ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ 5 ତାରିଖରୁ 8 ତାରିଖ ପର୍ଯ୍ୟନ୍ତ ସମେଟିଭ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ 10 ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ 9ଘଟିକା ଠାରୁ ମଧ୍ୟାହ୍ନ 12ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ । ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

Last Updated : Dec 28, 2021, 4:54 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.