ETV Bharat / city

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ

author img

By

Published : Apr 25, 2021, 9:34 PM IST

ରାଜ୍ୟବାସୀଙ୍କୁ ମାଗଣା ଟିକା ବଣ୍ଟନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା ଧନ୍ୟବାଦ ଏବଂ କୃତଜ୍ଞତା ଜଣାଇଛନ୍ତି । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ
ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ମାଗଣା ଟିକା ବଣ୍ଟନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା ଧନ୍ୟବାଦ ଏବଂ କୃତଜ୍ଞତା ଜଣାଇଛନ୍ତି ।

କୋଭିଡ଼ର କଠିନ ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପାଇଁ ଏଭଳି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତିରେ ୨ କୋଟି ଜନସାଧାରଣ ଉପକୃତ ହେବେ । ମାଗଣା ଟିକା ପାଇଁ ନିଜସ୍ବ ବଜେଟରୁ ରାଜ୍ୟ ସରକାର ୨ ହଜାର କୋଟି ଟଙ୍କା ଖର୍ଚ୍ଚ ବହନ କରିବେ ।

ସଞ୍ଜୟ କହିଛନ୍ତି ଯେ, ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅଭାବରୁ ବହୁ ରୋଗୀ ପ୍ରାଣ ହରାଉଥିବାବେଳେ ଓଡ଼ିଶା ସହାୟତାର ହାତ ବଢ଼ାଇଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ୬ଟି ରାଜ୍ୟକୁ ଓଡ଼ିଶା ଅମ୍ଳଜାନ୍ ପଠାଇ ନୂଆ ଉଦାହରଣ ସୃଷ୍ଟି କରିଛି ।

ଓଡ଼ିଶାରେ କୋଭିଡ୍ ସ୍ଥିତି ଅନ୍ୟ ରାଜ୍ୟ ତୁଳନାରେ ଭଲ ଅଛି । ଓଡ଼ିଶାରେ ଅକ୍ସିଜେନ୍‌ର ମଧ୍ୟ ଅଭାବ ହୋଇନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ରାଜ୍ୟରେ କୋଭିଡ୍ ପରିଚାଳନା ଜାରି ରହିଛି । ଆଗକୁ ଏହି କଠିନ ସ୍ଥିତିର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୋଷ୍ଠୀ ଓ ସମାଜର ପ୍ରତ୍ୟେକ ବର୍ଗଙ୍କର ସହଯୋଗ କାମନା କରିଛନ୍ତି ସଞ୍ଜୟ । ଏହାକୁ ଅନୁପାଳନ କରିବା ପାଇଁ ଆମେ ସମସ୍ତେ ସଂକଳ୍ପବଦ୍ଧ ହେବା ଆବଶ୍ୟକ ବୋଲି ସଞ୍ଜୟ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.