ETV Bharat / city

ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା - ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବ

ରାଜ୍ୟରେ ୮୯ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କ୍ରୀଡାବିତ୍ । ଅଧିକ ପଢନ୍ତୁ...

ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

author img

By

Published : Aug 10, 2021, 9:28 AM IST

ଭୁବନେଶ୍ବର: ରାଜ୍ୟରେ ୮୯ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ କ୍ରୀଡାର ବିକାଶକୁ ଗୁରୁତ୍ୱ ଦେଇ ଏହି ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି ।

ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ତେବେ ୧୮ ମାସ ମଧ୍ୟରେ ଷ୍ଟାଡିୟମ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ । ସେହିପରି ଭୁବନେଶ୍ୱର ମଧ୍ୟମ ନିର୍ବାଚନ ମଣ୍ଡଳୀରେ ଆପାତତଃ ୧୦ କୋଟି ବ୍ୟୟରେ ଏକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯିବ । ଏହି ଷ୍ଟାଡିୟମ ନିର୍ମାଣ ହେବା ଦ୍ୱାରା ରାଜ୍ୟରେ ବହୁ ପ୍ରତିଭାବାନ କ୍ରୀଡ଼ାବିତ ନିଜର ଅଭ୍ୟାସ କରିପାରିବେ । ଏହିଠାରୁ ପ୍ରଶିକ୍ଷଣ ନେଇ ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିବେ ବୋଲି କହିଛନ୍ତି ଭୁବନେଶ୍ୱର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା । କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତିକୁ ସମ୍ମାନ ଜଣାଇବା ସହ କୃତଜ୍ଞତା ଜଣାଇଛନ୍ତି ଖେଳାଳି ଏବଂ ଉପସ୍ଥିତ ଅତିଥି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.