ଭୁବନେଶ୍ବର: ତେଜିଲା ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ । ଅନଲାଇନ ପରୀକ୍ଷା ଦାବିରେ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ । ବିକ୍ଷୋଭରେ ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟର ଶହ ଶହ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି ।
ଅନଲାଇନରେ ପାଠପଢା ହୋଇଥିବାରୁ ଅନଲାଇନରେ ପରୀକ୍ଷା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ଅନଲାଇନ ପରୀକ୍ଷା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ବ୍ୟବସ୍ଥା କରୁ। ନଚେତ ସମସ୍ତ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ କରାଯାଉ ବୋଲି ସେମାନେ ଦାବି କରିଛନ୍ତି । ଆନ୍ଦୋଳନକାରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଘେରାଉ କରିବା ପାଇଁ ବାହାରିଛନ୍ତି ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ