ETV Bharat / city

ବାତିଲ୍ ହେଲା ଯୁକ୍ତ ଦୁଇ ପରୀକ୍ଷା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ - +2 exam

ବାତିଲ୍ ହେଲା ଯୁକ୍ତ ଦୁଇ ପରୀକ୍ଷା
ବାତିଲ୍ ହେଲା ଯୁକ୍ତ ଦୁଇ ପରୀକ୍ଷା
author img

By

Published : Jun 4, 2021, 1:19 PM IST

Updated : Jun 4, 2021, 1:49 PM IST

13:18 June 04

ବାତିଲ୍ ହେଲା ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ସାରା ଦେଶରେ କୋଭିଡ ମହାମାରୀର ଦ୍ବିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାଙ୍କ ପାଠପଢା କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଛି ।

ଏନେଇ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ ।  

ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ 

Last Updated : Jun 4, 2021, 1:49 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.