ETV Bharat / city

ପରଲୋକରେ ପାଟରାଣୀ ବୀଣାପାଣି ମହାନ୍ତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ - ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଓଡିଆ କଥା ସାହିତ୍ୟର 'ପାଟଦେଈ' ଯଶସ୍ବୀ ସାରସ୍ବତ ସାଧକ ବିଶିଷ୍ଟ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ
ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ
author img

By

Published : Apr 25, 2022, 6:46 AM IST

ଭୁବନେଶ୍ବର: ଓଡିଆ କଥା ସାହିତ୍ୟର 'ପାଟଦେଈ' ଯଶସ୍ବୀ ସାରସ୍ବତ ସାଧକ ବିଶିଷ୍ଟ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କର ଦେହାନ୍ତ ହୋଇଛି । ଗତକାଲି (ରବିବାର) 85 ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

  • ଖ୍ୟାତନାମା ଲେଖିକା ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ଓଡ଼ିଆ ସାହିତ୍ୟ ବିଶେଷ ଭାବରେ ଗଳ୍ପ ଓ ଉପନ୍ୟାସ ରଚନା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ । ଅନ୍ୟ ଭାଷାରେ ଅନୁବାଦିତ ତାଙ୍କର ସୃଷ୍ଟି ବେଶ୍ ଲୋକପ୍ରିୟତା ହାସଲ କରିଛି । ତାଙ୍କର ପରିବାର ଓ ପ୍ରଶଂସକଙ୍କୁ ସମବେଦନା ।
    ଓଁ ଶାନ୍ତି ।

    — Narendra Modi (@narendramodi) April 24, 2022 " class="align-text-top noRightClick twitterSection" data=" ">

ଟ୍ବିଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଖ୍ୟାତନାମା ଲେଖିକା ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ଓଡ଼ିଆ ସାହିତ୍ୟ ବିଶେଷ ଭାବରେ ଗଳ୍ପ ଓ ଉପନ୍ୟାସ ରଚନା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ । ଅନ୍ୟ ଭାଷାରେ ଅନୁବାଦିତ ତାଙ୍କର ସୃଷ୍ଟି ବେଶ୍ ଲୋକପ୍ରିୟତା ହାସଲ କରିଛି । ତାଙ୍କର ପରିବାର ଓ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

  • ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏହା ଓଡ଼ିଆ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ କାଳଜୟୀ ସୃଜନସୃଷ୍ଟି ପାଇଁ ପାଠକଙ୍କ ହୃଦୟରେ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

    — Naveen Patnaik (@Naveen_Odisha) April 24, 2022 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି କହିଛନ୍ତି, ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏହା ଓଡ଼ିଆ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ତାଙ୍କ କାଳଜୟୀ ସୃଜନସୃଷ୍ଟି ପାଇଁ ପାଠକଙ୍କ ହୃଦୟରେ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

  • ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l

    ଓଁ ଶାନ୍ତି 🙏🙏

    — Governor Odisha (@GovernorOdisha) April 24, 2022 " class="align-text-top noRightClick twitterSection" data=" ">

ସେପଟେ ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ପାଟଦେଈଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି । ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ଖବରରେ ମୁଁ ଦୁଃଖିତ । ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ ।

ଏହା ବି ପଢନ୍ତୁ...ଚିର ନିଦ୍ରାରେ ଓଡିଆ ସାହିତ୍ୟ ଜଗତର ପାଟଦେଈ ବୀଣାପାଣି ମହାନ୍ତି

  • ଓଡ଼ିଶାର ପ୍ରଖ୍ୟାତ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ଉତ୍କୃଷ୍ଟ ଗଳ୍ପ ଓ ଉପନ୍ୟାସ ପାଇଁ ସେ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ି ଜଗନ୍ନାଥ ଦାସ, ସାହିତ୍ୟ ଏକାଡ଼େମୀ ଏବଂ ସାରଳା ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

    — Dharmendra Pradhan (@dpradhanbjp) April 24, 2022 " class="align-text-top noRightClick twitterSection" data=" ">

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି । ଟ୍ବିଟ କରି ଧର୍ମେନ୍ଦ୍ର କହିଛନ୍ତି ଓଡ଼ିଶାର ପ୍ରଖ୍ୟାତ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ଉତ୍କୃଷ୍ଟ ଗଳ୍ପ ଓ ଉପନ୍ୟାସ ପାଇଁ ସେ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ି ଜଗନ୍ନାଥ ଦାସ, ସାହିତ୍ୟ ଏକାଡ଼େମୀ ଏବଂ ସାରଳା ସମ୍ମାନରେ ସମ୍ମାନିତ ହୋଇଛନ୍ତି । ତାଙ୍କର ଅନେକ କ୍ଷୁଦ୍ରଗଳ୍ପ ଇଂରାଜୀ, ହିନ୍ଦୀ ଭାଷା ସମେତ ଅନେକ ଆଞ୍ଚଳିକ ଭାଷାରେ ଅନୁବାଦିତ ହୋଇ ପାଠକଙ୍କ ଦ୍ବାରା ଆଦୃତ ହୋଇପାରିଛି । ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଉଚ୍ଚକୋଟିର ସାହିତ୍ୟିକାଙ୍କୁ ହରାଇଲା । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ।

ବୀଣାପାଣିଙ୍କ ବିୟୋଗ ଓଡ଼ିଆ ସାରସ୍ବତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି । 50ରୁ ଅଧିକ ସଂକଳନର ସ୍ରଷ୍ଟା ଥିଲେ ବୀଣାପାଣି ମହାନ୍ତି । ଆଜି ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.