ଭୁବନେଶ୍ବର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଓ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ଅସୁସ୍ଥତା ନେଇ ଚିନ୍ତା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଦୀପ୍ତଙ୍କ ସ୍ତ୍ରୀ ଓ ରଘୁନାଥଙ୍କ ବଡ ପୁଅଙ୍କ ସହ କଥାହୋଇ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।
ଏପଟେ ଏନେଇ ଗୁରୁବାର ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସ ଯୋଗେ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର ।
ଏହା ସହିତ ପ୍ରଦୀପ୍ତ ଓ ରଘୁନାଥଙ୍କ ସ୍ୱାସ୍ଥ୍ୟବସ୍ଥାରେ କିପରି ସୁଧାର ଆସିବ ଏନେଇ ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ପ୍ରଫେସର ସନ୍ଦୀପ ଗୁଲେରିଆ ଉଭୟଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କୁ କିଛି ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା ବରିଷ୍ଠ ଡାକ୍ତର, ରାଜ୍ୟ ସରକାରଙ୍କ ପ୍ରତିନିଧି ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ