ETV Bharat / city

ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଜାରି, କରିବେ ଏରିଏଲ ସର୍ଭେ - ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ବାତ୍ୟା ସମୀକ୍ଷା ପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

author img

By

Published : May 28, 2021, 11:03 AM IST

Updated : May 28, 2021, 12:34 PM IST

10:58 May 28

ବାତ୍ୟା ସମୀକ୍ଷା ପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ବାତ୍ୟା ସମୀକ୍ଷା ପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀ ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ବାତ୍ୟା ୟସ୍ ନେଇ କରୁଛନ୍ତି ଏକ ସମୀକ୍ଷା ବୈଠକ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସଆରସି ପ୍ରଦୀପ ଜେନା ଏବଂ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।

ପ୍ରାୟ ଏକ ଘଣ୍ଟା ଧରି ଏହି ବୈଠକ ଚାଲିବା ପରେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଭଦ୍ରକ ଏବଂ ବାଲେଶ୍ବର ପରିଦର୍ଶନରେ ଯିବେ ପ୍ରଧାନମନ୍ତ୍ରୀ । ଏହାପରେ ପଶ୍ଚିମବଙ୍ଗର ପୂର୍ବମେଦିନପୁରରେ ବାତ୍ୟା ସମୀକ୍ଷା ନେଇ କାର୍ଯ୍ୟକ୍ରମ ରହିଛି । ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ । ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ସମ୍ପର୍କରେ ଅବଗତ ହେବା ସହ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଇଟିଭି ଭାରତ

Last Updated : May 28, 2021, 12:34 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.