ETV Bharat / city

‘ମନରେଗା ସ୍ବତନ୍ତ୍ର ପ୍ୟାକେଜ ଦାଦନ ରୋକିବା ସହ ଗ୍ରାମୀଣ ଅର୍ଥନୀତି ସୁଦୃଢ କରିବ’ - ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

କୋଭିଡ଼ ମହାମାରୀ ଭଳି କଠିନ ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଗୁରୁତ୍ଵପୂର୍ଣ୍ଣ ଭୂମିକା ବହନ କରିଛି । ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା ଫଳରେ ପ୍ରାୟ 32 ଲକ୍ଷ ଶ୍ରମିକ ଉପକୃତ ହେବେ । ଦାଦନ ରୋକିବା ସହ ଗ୍ରାମୀଣ ଅର୍ଥନୀତି ସୁଦୃଢ ହେବା ବୋଲି ମନ୍ତ୍ରୀ ଆଶା ରଖିଛନ୍ତି । ଅଧିକ ପଢନ୍ତୁ...

ଦାଦନ ରୋକିବା ସହ ଗ୍ରାମୀଣ ଅର୍ଥନୀତି ସୁଦୃଢ କରିବ

author img

By

Published : Jul 10, 2021, 7:30 AM IST

ଭୁବନେଶ୍ବର: କୋଭିଡ଼ ମହାମାରୀ ଭଳି କଠିନ ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଗୁରୁତ୍ଵପୂର୍ଣ୍ଣ ଭୂମିକା ବହନ କରିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟରେ ଉକ୍ତ ଯୋଜନାର ଅଗ୍ରଗତିରେ ଉଲ୍ଲେଖନୀୟ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା ଫଳରେ ପ୍ରାୟ 32 ଲକ୍ଷ ଶ୍ରମିକ ଉପକୃତ ହେବେ । ଦାଦନ ରୋକିବା ସହ ଗ୍ରାମୀଣ ଅର୍ଥନୀତି ସୁଦୃଢ ହେବା ବୋଲି ମନ୍ତ୍ରୀ ଆଶା ରଖିଛନ୍ତି ।

ଦାଦନ ରୋକିବା ସହ ଗ୍ରାମୀଣ ଅର୍ଥନୀତି ସୁଦୃଢ କରିବ

୨୦୨୦-୨୧ ଆର୍ଥିକ ବର୍ଷରେ ଜୁଲାଇ 1 ସୁଦ୍ଧା ୫.୦୩ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିଲା । ୨୦୨୧-୨୨ ଆର୍ଥିକ ବର୍ଷର ସେହି ସମୟ ସୁଦ୍ଧା ୭ କୋଟି ୫ ଲକ୍ଷ ୯୩ ହଜାର ୩ ଶହ ଶ୍ରମଦିବସ ସୃଷ୍ଟି ହୋଇପାରିଛି । ଯାହାକି ପୂର୍ବ ବର୍ଷ ତୁଳନାରେ ୪୦ % ଅଧିକ ହାସଲ ହୋଇଛି । ଚଳିତବର୍ଷ ୩୨ ଲକ୍ଷ ୧୮ ହଜାର ୫ ଜଣଙ୍କୁ ନିଯୁକ୍ତି ଯୋଗାଇ ଦିଆଯାଇ ୧୪୪୮ କୋଟି ୭୯ ଲକ୍ଷ ଟଙ୍କା ମଜୁରି ଆକାରରେ ପ୍ରଦାନ କରାଯାଇଛି ।

ଆର୍ଥିକବର୍ଷ ୨୦୨୧ - ୨୨ ସମୟରେ ରାଜ୍ୟ ମନରେଗାର ବିଭିନ୍ନ ପାରାମିଟରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି । ଶ୍ରମଦିବସ ସୃଷ୍ଟିରେ ଶ୍ରେଷ୍ଠ ଚାରିଟି ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି । ଗରିବ ଲୋକମାନଙ୍କର ଜୀବନ ଜୀବିକା ଏବଂ ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ କରିବା ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷରେ ଜଳାଶୟ ଗୁଡ଼ିକର ନବୀକରଣ, ଜଳଛାୟା ପରିଚାଳନା, ଉଦ୍ୟାନକୃଷି ବୃକ୍ଷରୋପଣ, ରାସ୍ତାକଡ଼ ବୃକ୍ଷରୋପଣ, ଜଙ୍ଗଲ ସୃଷ୍ଟି, ପୋଖରୀ ଖନନ, ନଳକୂପ, ଜମିର ବିକାଶ, ନଡ଼ିଆ ଚାଷ, ସବୁଜ ଗୋଖାଦ୍ୟ ଫସଲ ଚାଷ ଇତ୍ୟାଦି ବିଭିନ୍ନ କାର୍ଯ୍ୟକଳାପ ଉପରେ ଗୁରୁତ୍ବ ଦିଆଯାଇଛି ।

ଏତଦବ୍ୟତୀତ ଜଙ୍ଗଲ ଅଧିକାର ଅଧିନିୟମ ହିତାଧିକାରୀ , Particularly Vulnerable Tribal Group ( PTGs ), ଦିବ୍ୟାଙ୍ଗ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ସମେତ ମହିଳା ହିତାଧିକାରୀଙ୍କୁ ନିଯୁକ୍ତି ଯୋଗାଇବା ଉପରେ ଧ୍ୟାନ ଦିଆଯିବା ସହିତ ସେମାନଙ୍କ ଜୀବନ ଜୀବିକାକୁ ସୁଦୃଢ କରିବା ଉପରେ ଗୁରୁତ୍ବ ଦିଆଯାଇଅଛି । ୨୦୨୦ - ୨୧ ଆର୍ଥିକ ବର୍ଷରେ ୩୭.୫୨ ଲକ୍ଷ ପରିବାରର ୬୨.୨୫ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇଦେଇ ମଜୁରି ବାବଦରେ ୪୬୮୩.୬୮ କୋଟି ଟଙ୍କା ବ୍ୟୟ ବରାଦ କରିବା ସହ ସର୍ବମୋଟ 20 କୋଟି ଶ୍ରମଦିବସ ସୃଷ୍ଟି କରି ରାଜ୍ୟ ଉତ୍କର୍ଷତା ପ୍ରଦର୍ଶନ କରିଛି ।

ଦାଦନ ରୋକିବା ପାଇଁ ବଲାଙ୍ଗୀର, ବରଗଡ, କାଳାହାଣ୍ଡି ଏବଂ ନୂଆପଡା ଜିଲ୍ଲାର 20 ଗୋଟି ଦାଦନ ପ୍ରବଣ ବ୍ଲକରେ ୨୦୧୯ - ୨୦ ଆର୍ଥିକ ବର୍ଷରୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟ ବଜେଟରୁ ରାଜ୍ୟର ଅଣକୁଶଳୀ ଶ୍ରମିକଙ୍କ ମଜୁରି ହାରରେ ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଇଛି । ମନରେଗା ଅଧିନିୟମ ଅନୁଯାୟୀ ନିଶ୍ଚିତ 100 ଦିନର କାର୍ଯ୍ୟ ସହିତ ୨୦୦ ଦିନର ଅତିରିକ୍ତ କାର୍ଯ୍ୟଦିବସ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବ୍ୟୟବରାଦ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.