ETV Bharat / city

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି; ଆଜି ବସିବ ସର୍ବଦଳୀୟ ବୈଠକ - ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି

ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ଆଜି(ଶନିବାର) ପୂର୍ବାହ୍ନ 11ଟାରେ ବସିବ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ । ଅଧିକ ପଢନ୍ତୁ...

panchayat elections
panchayat elections
author img

By

Published : Nov 5, 2021, 10:51 PM IST

Updated : Nov 6, 2021, 6:52 AM IST

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ଆଜି(ଶନିବାର) ପୂର୍ବାହ୍ନ 11ଟାରେ ବସିବ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ । ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକ ନିମନ୍ତେ ନିର୍ବାଚନ ଆୟୋଗଙ୍କ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି ।

ଜିଲ୍ଲା ପରିଷଦ ଗୁଡିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ବିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମାନୁସାରେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା ଆବଶ୍ୟକ । ସଠିକ, ଶୃଙ୍ଖଳିତ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସର୍ବଦଳୀୟ ବୈଠକ ଡାକିଛନ୍ତି । ବୈଠକରେ ବିଭିନ୍ନ ପ୍ରସଙ୍ଗରେ ନିର୍ବାଚନ ଆୟୋଗ ବିଚାରବିମର୍ଶ କରିବା ପାଇଁ ସ୍ଥିର କରିଛନ୍ତି ।

ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳର ସଭାପତି / ସଂପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧି ଯୋଗ ଦେଇପାରିବେ । କୋଭିଡ କଟକଣା ଦୃଷ୍ଟିରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ବୈଠକରେ ଯୋଗଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ଅନୁରୋଧ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 6, 2021, 6:52 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.