ETV Bharat / city

Bhubaneswar Foundation Day: ରାଜକୀୟ ଢଙ୍ଗରେ ପାଳନ ହେବ ରାଜଧାନୀର ଜନ୍ମଦିନ

author img

By

Published : Apr 5, 2022, 8:37 AM IST

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ମର୍ଯ୍ୟାଦାପୂର୍ଣ୍ଣ ଭାବେ ପ୍ରତିଷ୍ଠା ଦିବସ ପାଳନ ପାଇଁ ନିର୍ଦ୍ଦେଶ । ଅଧିକ ପଢନ୍ତୁ

Bhubaneswar Foundation Day: ମର୍ଯ୍ୟାଦାପୂର୍ଣ୍ଣ ଭାବେ ପାଳନ ହେବ ରାଜଧାନୀ ଜନ୍ମଉତ୍ସବ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ରାଜଧାନୀ ଜନ୍ମଦିନ । ରାଜଧାନୀ ଭୁବନେଶ୍ବରର ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଜୋରଦାର ହୋଇଛି । ଏନେଇ ସୋମବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ । ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ସୂଚନା ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନର ଗୁରୁତ୍ଵ ସଂପର୍କରେ ଆଲୋକପାତ କରିଛନ୍ତି । ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଦିବସ ପାଳନର ପ୍ରସ୍ତାବିତ କାର୍ଯ୍ୟସୂଚୀ ଉପସ୍ଥାପନ କରିଛନ୍ତି । ଭୁବନେଶ୍ୱରର ପ୍ରତିଷ୍ଠା ଦିବସକୁ ପୂର୍ଣ୍ଣ ମର୍ଯ୍ୟାଦା ସହ ପାଳନ କରିବାକୁ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି ।

ରାଜକୀୟ ଢଙ୍ଗରେ ପାଳନ ହେବ ରାଜଧାନୀର ଜନ୍ମଦିନ

ଏହି ଦିବସ ପାଳନରେ ସରକାରୀ ବିଭାଗ, ଭୁବନେଶ୍ବର ପୌର ପରିଷଦ, ଜନ ପ୍ରତିନିଧି, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ଓ ସାଂସ୍କୃତିକ ଅନୁଷ୍ଠାନମାନଙ୍କୁ ସାମିଲ କରି ଏହାକୁ ଏକ ଆକର୍ଷଣୀୟ ଜନ-ଉତ୍ସବରେ ପରିଣତ କରିବା ପାଇଁ ଉନ୍ନୟନ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସୂଚନା ଲୋକ ସଂପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି ।

ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠା ଦିବସ ନିମନ୍ତେ ୧୨ ତାରିଖ ଦିନ ମିଳିତ ପ୍ୟାରେଡ୍‌ ଅଭ୍ୟାସ କରାଯିବ । ୧୩ ତାରିଖ ସକାଳ ୮ ସମୟରେ ଓଡ଼ିଶା ବିଧାନସଭାର ବାଚସ୍ପତି ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ । ଏହି ପ୍ୟାରେଡ୍ ବିଧାନସଭା ସୌଧ ସମ୍ମୁଖ ରାଜଧାନୀ ପ୍ରତିଷ୍ଠା ଫଳକ ସମ୍ମୁଖ ରାସ୍ତାରେ ରବିନ୍ଦ୍ର ମଣ୍ଡପ ଠାରୁ ଜୟଦେବ ଭବନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ସନ୍ଧ୍ୟାରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ଉତ୍କଳ ମଣ୍ଡପ ପରିସରରେ ଅନୁଷ୍ଠିତ ହେବ । ଏପ୍ରିଲ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମାଧ୍ୟମରେ ଉଚ୍ଚମାନର ରାଜ୍ୟସ୍ତରୀୟ କଳା ଅନୁଷ୍ଠାନମାନଙ୍କୁ ଏଥିରେ ସାମିଲ କରିବା ପାଇଁ ବୈଠକରେ ନିଷ୍ପରି ହୋଇଛି ।

ଆସନ୍ତାବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ ବର୍ଷ ପୂରଣ ହେଉଥିବାରୁ ଏହାକୁ ଏକ ମହୋତ୍ସବ ଭାବେ ପାଳନ କରିବା ନିମନ୍ତେ ଆଗୁଆ ପ୍ରସ୍ତୁତି କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଏମସିଙ୍କୁ ପରାମର୍ଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ, ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଏମସି କମିଶନର ସଂଜୟ କୁମାର ସିଂ, ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ଡଃ ସନ୍ତୋଷ ବାଳା, ସୂଚନା ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ଖୋର୍ଦ୍ଧାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଭୁବନେଶ୍ବର ଡି.ସି.ପି ଉମାଶଙ୍କର ଦାସଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ । ରାଜଧାନୀ ପ୍ରତିଷ୍ଠା ଦିବସ କମିଟିର ସଭାପତି ପ୍ରଦୋଷ ପଟ୍ଟନାୟକ, ସଂପାଦକ ସନତ୍ ମିଶ୍ର ଏବଂ ଉପସଭାପତି ପ୍ରଦ୍ୟୁମ୍ନ ମହାନ୍ତି ପ୍ରମୁଖ ପୂର୍ବ ବର୍ଷମାନଙ୍କରେ ଏହି ଦିବସ ପାଳନ ସଂପର୍କିତ ସବିଶେଷ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.