ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସ୍ବତନ୍ତ୍ର ବିମାନ ଯୋଗେ ଆସିଲେ ରାଷ୍ଟ୍ରପତି।
ବିମାନ ବନ୍ଦରରେ ସ୍ବାଗତ ଜଣାଇଲେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ପୋଲିସ ଡିଜି ଓ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ। ତେବେ ଏହାପରେ ରାଷ୍ଟ୍ରପତି ବିମାନ ଯୋଗେ ସିଧା ବ୍ରହ୍ମପୁର ଗସ୍ତ କରିଛନ୍ତି ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ