ETV Bharat / city

ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଖଣିରୁ ଉତ୍ପାଦନ ଆରମ୍ଭ - Guali mines

ଓଡିଶା ଖଣି ନିଗମର ଦୁଇ ଲୁହାପଥର ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଉତ୍ପାଦନ ଆରମ୍ଭ । ଅଧିକ ପଢନ୍ତୁ...

ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଖଣିରୁ ଉତ୍ପାଦନ ଆରମ୍ଭ

author img

By

Published : Feb 18, 2021, 1:35 PM IST

ଭୁବନେଶ୍ବର: ଓଡିଶା ଖଣି ନିଗମର ଦୁଇ ଲୁହାପଥର ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଉତ୍ପାଦନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଦୁଇଟି ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଖଣିରୁ ଉତ୍ପାଦନ ଆରମ୍ଭ

ଓଡିଶା ସବୁବେଳେ ଖଣି ସମ୍ପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି ବୋଲି ନବୀନ କହିଛନ୍ତି । ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ପାଇଁ 13 MS System ଆରମ୍ଭ କରାଯାଇଛି । ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି । ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ମଧ୍ୟ ସେ କହିଛନ୍ତି ।

ସେହିପରି ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି ବୋଲି ନବୀନ କହିଛନ୍ତି । ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି । ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି । ଏହି ଦୁଇଟି ଖଣିକୁ OMCକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସେହିପରି OMC ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ OMCକୁ ସାଧୁବାଦ ଜଣାଇଛନ୍ତି । ସେପଟେ ଓଡିଣା ଖଣିଜ ସମ୍ପଦରେ ସମୃଦ୍ଧ । ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ 4ରୁ 5 ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏହା ସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ଖଣି ନିଗମର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ । କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ 12 ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ଜିଲ୍‌ଙ୍ଗ ଲାଙ୍ଗଲୋଟା 79.12 ମିଲିୟନ ଟନ୍‌ ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ 6.28 ମିଲିୟନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ସେହିପରି 194.94 ମିଲିୟନ ଟନ ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ 5.7 ମିଲିୟନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.