ETV Bharat / city

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପିନ୍ଧି ବିକ୍ଷୋଭ - ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ

ମଙ୍ଗଳବାର ଠାରୁ ସାରା ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ସପ୍ତାହ ବ୍ୟାପି କଳାବ୍ୟାଚ ପିନ୍ଧି ପ୍ରତିବାଦ କରିବେ । ଅଧିକ ପଢନ୍ତୁ

Protest by contract workers for  abolish of contractual appointment rule wearing black batches
ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପିନ୍ଧି ବିକ୍ଷୋଭ
author img

By

Published : Aug 17, 2022, 11:01 AM IST

ଭୁବନେଶ୍ବର: ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ନେଇ ବିକ୍ଷୋଭ । ଏହି ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଚାଲିଛି ଆନ୍ଦୋଳନ । ମଙ୍ଗଳବାର ଠାରୁ ସାରା ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ମଙ୍ଗଳବାର ଠାରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବେ । ଏହା ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି ।

ଉକ୍ତ ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ବାସ୍ଥ୍ୟ, ବାଣିଜ୍ୟ, ପରିବହନ, ସାମାଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀମାନେ ସାମିଲ ହୋଇଛନ୍ତି । ଏହା ସହିତ ପ୍ରତ୍ୟେକ ଜିଲ୍ଲାର ବ୍ଲକ ସ୍ତରରୁ ମୁଖ୍ୟ ଦପ୍ତର ପର୍ଯ୍ୟନ୍ତ, ଭୁବନେଶ୍ବର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାହ୍ନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଛନ୍ତି ।

ସୂଚନା ଅନୁସାରେ,ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ସମୟକୁ ମୂଳ ଚାକିରୀରେ ଯୋଗ ଦୁଇଟି ମୁଖ୍ୟ ଦାବି ରହିଛି । ଏହା ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ଦାବି କରାଯାଇଛି । ଏନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ 16 ତାରିଖରୁ 22 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ପୂରଣ ନକରନ୍ତି । ତେବେ ମହାସଂଘର ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ଶେଷ ସପ୍ତାହରେ ଭୁବନେଶ୍ବର ସ୍ଥିତ ଗାନ୍ଧୀ ମାର୍ଗଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.