ଭୁବନେଶ୍ବର: ରାଜ୍ୟରେ ଦୈନିକ ସଂକ୍ରମଣ କମୁଥିଲେ ବି ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଚଳିତ ମାସ ୯ ଦିନ ମଧ୍ୟରେ ୧୪୪ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ । ନଜର ପକାନ୍ତୁ ସ୍ବାସ୍ଥ୍ୟ ବିଭାଗର ରିପୋର୍ଟରେ
ଫେବୃୟାରୀ ୧ ୧୭
ଫେବୃଆରୀ ୨ ୧୯
ଫେବୃଆରୀ ୩ ୦
ଫେବୃଆରୀ ୪ ୦
ଫେବୃଆରୀ ୫ ୨୨
ଫେବୃଆରୀ ୬ ୨୩
ଫେବୃଆରୀ ୭ ୨୦
ଫେବୃଆରୀ ୮ ୨୧
ଫେବୃଆରୀ ୯ ୨୨
ଆଜି(ବୁଧବାର) ୨୨ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ