ETV Bharat / city

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ

author img

By

Published : May 10, 2022, 10:43 PM IST

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି । ବିରୋଧ ପୂର୍ବରୁ ଆଇନ୍‌ର ଜ୍ଞାନ ହାସଲ କରନ୍ତୁ ବିରୋଧୀ ବୋଲି କହିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । ଅଧିକ ପଢନ୍ତୁ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଉପରେ ହାଇକୋର୍ଟ ରହିତାଦେଶ ଦେଇନାହାନ୍ତି । ବରଂ ASI ସହିତ ସମନ୍ବୟ ରଖି ରାଜ୍ୟ ସରକାର ନିର୍ମାଣ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି । ହାଇକୋର୍ଟ ଏହା ସ୍ପଷ୍ଟ କଲା ପରେ ବିରୋଧୀମାନେ କେଉଁ ଆଧାରରେ ଏବଂ କେଉଁ କ୍ଷମତା ବଳରେ କାମ ବନ୍ଦ ରଖିବା ଉଚିତ ବୋଲି କହୁଛନ୍ତି ? ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଏଏସ୍‌ଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ଆଜି ପ୍ରକଳ୍ପ ବିରୋଧୀଙ୍କୁ ଏଭଳି ପ୍ରଶ୍ନ କରିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।

ପିନାକୀ କହିଛନ୍ତି ଯେ, ରାଜ୍ୟ ସରକାର ଯାହା କାମ କରୁଛନ୍ତି ଆଇନର ପରିସରରେ ରହି କରୁଛନ୍ତି । ଶୌଚାଳୟ, ଡ୍ରେନ୍ ଏବଂ ବୈଦ୍ୟୁତିକ ନିର୍ମାଣ ଆଇନ ପରିସରରେ ଆସୁନାହିଁ । ଏଣୁ ଏହିସବୁ କାମ କରାଯାଇପାରିବ ବୋଲି ନିଜେ ଏଏସ୍‌ଆଇ ତାଙ୍କ ସତ୍ୟପାଠରେ କହିଛନ୍ତି । ଏହାଛଡ଼ା NMA ବା ଜାତୀୟ ସ୍ମାରକୀ ପ୍ରାଧୀକରଣ ଆମକୁ ଏଥିପାଇଁ ୪ ସେପ୍ଟେମ୍ବର ୨୦୨୧ରେ ଏନ୍‌ଓସି ଦେଇଛନ୍ତି ବୋଲି ଆଡଭୋକେଟ୍ ଜେନେରାଲ ହାଇକୋର୍ଟରେ କହିଛନ୍ତି ।

ପିନାକୀ ଆହୁରି ମଧ୍ୟ କହିଛନ୍ତି ଯେ, "ASI ନିଜର ସତ୍ୟପାଠରେ ଉଲ୍ଲେଖ କରିଥିବା କେତେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭିନ୍ନ ମତ ରହିଛି ବୋଲି ଆଡଭୋକେଟ୍ ଜେନେରାଲ ହାଇକୋର୍ଟଙ୍କୁ ସ୍ପଷ୍ଟ ଭାବେ ଜଣାଇଛନ୍ତି । ସେଥିପାଇଁ ହାଇକୋର୍ଟ ମଧ୍ୟ ରାଜ୍ୟ ସରକାରଙ୍କୁ ଜବାବୀ ସତ୍ୟପାଠ ଦାଖଲ କରିବାକୁ ସମୟ ଦେଇଛନ୍ତି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଲା, ଆବେଦନକାରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଦିଆଯାଉ ବୋଲି ବାରମ୍ବାର ନିବେଦନ କରିଥିଲେ । ମାତ୍ର ହାଇକୋର୍ଟ ଏହା ଉପରେ ରହିତାଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି । ବରଂ ରାଜ୍ୟ ସରକାର ଓ ଏଏସ୍‌ଆଇ ପରସ୍ପର ଭିତରେ ସମନ୍ବୟ ରଖି କାମ ଜାରି ରଖିବାକୁ ହାଇକୋର୍ଟ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ।"

ପୁରୀର ଲୋକ ଏହି ପରିକ୍ରମା ପ୍ରକଳ୍ପ କାମ ହେଉ ବୋଲି ଚାହୁଁଛନ୍ତି । ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ଲାଗି ଆସୁଥିବା ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ଶୌଚାଳୟ ଓ ଅନ୍ୟାନ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସ୍ପର୍ଶକାତର ସମସ୍ୟାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଉପଲବ୍ଧି କଲା ପରେ ଲୋକଙ୍କ ସୁବିଧା ଲାଗି ଏନ୍‌ଏମ୍‌ଏର ଏନ୍‌ଓସି ନେଇ ଶୌଚାଳୟ ଆଦି ନିର୍ମାଣ କରୁଛନ୍ତି । ଅନ୍ୟପକ୍ଷରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଯୁଗ୍ମ ଅନୁଧ୍ୟାନ ପରେ ଏନେଇ ଏଏସ୍‌ଆଇ ସତ୍ୟପାଠରେ ଯେଉଁସବୁ ବିଷୟ ଉଲ୍ଲେଖ କରିଛି, ହାଇକୋର୍ଟ ଏହାକୁ ଅସ୍ପଷ୍ଟ ବୋଲି ଦର୍ଶାଇଛନ୍ତି । ଏହି ନିର୍ମାଣ କାର୍ଯ୍ୟ ମନ୍ଦିର ଉପରେ କ୍ଷତି ପହଞ୍ଚାଇବ କି ନାହିଁ ତାହା ଉପରେ ଅଧିକ ଅନୁଧ୍ୟାନ କରି ନିର୍ଦ୍ଦିଷ୍ଟ ଭାବେ ରିପୋର୍ଟ ଦେବାକୁ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାଛଡ଼ା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ ପାଇଁ ସମୟ ଦେବା ସହ କାମ ଜାରି ରଖିବାକୁ କହିଛନ୍ତି । ହାଇକୋର୍ଟ ସ୍ପଷ୍ଟ ଭାବେ ଏଭଳି ନିର୍ଦ୍ଦେଶ ଦେବା ପରେ ପ୍ରକଳ୍ପ କାମ ବନ୍ଦ କରିବାକୁ କାହାର ସତ୍‌ସାହାସ ହେଉଛି ବୋଲି ପିନାକୀ ପ୍ରଶ୍ନ କରିଛନ୍ତି । ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଗଣମାଧ୍ୟମରେ ଏନେଇ ମତ ରଖିବା ପରେ ପିନାକୀ ତାଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି । ଯେଉଁମାନେ ପାର୍ଲାମେଣ୍ଟ ଯିବାକୁ ଚାହୁଁଛନ୍ତି ସେମାନେ ପ୍ରଥମେ ଆଇନ୍‌ର ଜ୍ଞାନ ହାସଲ କରନ୍ତୁ ବୋଲି ସମ୍ବିତଙ୍କୁ କଟାକ୍ଷ କରି କହିଛନ୍ତି ପିନାକୀ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.