ETV Bharat / city

ସରକାରୀ କାର୍ଯ୍ୟରେ ହିନ୍ଦୀ ବ୍ୟବହାର ପାଇଁ ରେଳ କର୍ମଚାରୀଙ୍କୁ ପରାମର୍ଶ - Railway employees are advised to used hindi

ପୂର୍ବତଟ ରେଳପଥ ପକ୍ଷରୁ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ। ହିନ୍ଦୀ ସପ୍ତାହ ପାଳନ ଅବସରରେ ଆୟୋଜିତ ପ୍ରତିଯୋଗିତାରେ ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଛି। ଅଧିକ ପଢନ୍ତୁ...

ରେଳ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟରେ ରାଷ୍ଟ୍ରଭାଷା ହିନ୍ଦୀ ବ୍ୟବହାର ପାଇଁ ପରାମର୍ଶ

author img

By

Published : Sep 27, 2021, 10:13 PM IST

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣଙ୍କ ଅଧ୍ୟକ୍ଷତାରେ 47 ତମ କ୍ଷତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଗତ ତ୍ରୟମାସିକରେ ରାଜଭାଷାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରାଯାଇଥିଲା। ଆସନ୍ତା ତ୍ରୟ-ମାସିକ ପାଇଁ କାର୍ଯ୍ୟ ଯୋଜନା ଉପରେ ମଧ୍ୟ ଆଲୋଚନା କରାଯାଇଛି।

ଏନେଇ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟରେ ରାଜଭାଷା ହିନ୍ଦୀ ବ୍ୟବହାର ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ପୂର୍ବତଟ ରେଳପଥର ମୁଖ୍ୟାଳୟରେ ହିନ୍ଦୀ ସପ୍ତାହ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ପ୍ରତିଯୋଗିତାରେ ଅଧିକ ସଂଖ୍ୟାରେ ଭାଗ ନେବାକୁ ରେଳ କର୍ମଚାରୀଙ୍କୁ ଉତ୍ସାହିତ କରାଯାଇଛି।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.