ETV Bharat / city

ସ୍ୱତନ୍ତ୍ର ଟ୍ରେନରେ ଅଣସଂରକ୍ଷିତ ଟିକେଟ୍ ବୁକିଂ ପାଇଁ ରେଳବାଇର ଅନୁମତି - କୋଭିଡ ସଂକ୍ରମଣ

ଯାତ୍ରୀମାନଙ୍କ ସୁବିଧା ପାଇଁ ନିମ୍ନଲିଖିତ ଅନୁଯାୟୀ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ମଧ୍ୟରେ 08428/08427 ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଏବଂ 08456/08455 ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍ ସ୍ୱତନ୍ତ୍ର ଟ୍ରେନରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଯାତ୍ରା କରିବାକୁ ରେଳବାଇ ପକ୍ଷରୁ ନିମ୍ନ ଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ...

ସ୍ୱତନ୍ତ୍ର ଟ୍ରେନରେ ଅଣସଂରକ୍ଷିତ ଟିକେଟ୍ ବୁକିଂ ପାଇଁ ରେଳବାଇର ଅନୁମତି

author img

By

Published : Sep 5, 2021, 8:13 PM IST

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ କିଛି ସୀମିତ ଟ୍ରେନରେ ଅଣସଂରକ୍ଷିତ (ୟୁଟିଏସ) ଟିକେଟ୍ ବୁକିଂ ଦ୍ୱାରା ଯାତ୍ରା କରିବା ପାଇଁ ଅନୁମତି ଦେଇଛି । ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଯାତ୍ରୀଙ୍କ ପାଇଁ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି ।

ତେବେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ମଧ୍ୟରେ 08428/08427 ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଏବଂ 08456/08455 ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍ ସ୍ୱତନ୍ତ୍ର ଟ୍ରେନରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଯାତ୍ରା ପାଇଁ ଅନୁମତି ଦେଇଥିବାବେଳେ ୱାଲଟିୟର ଓ ସମ୍ବଲପୁର ରେଳ ମଣ୍ଡଳ ମଧ୍ୟରେ 08521/08522 ଗୁଣୁପୁର-ବିଶାଖାପାଟନମ୍- ଗୁଣୁପୁର ସ୍ପେଶାଲ୍, 08527/08528 ରାୟପୁର- ବିଶାଖାପାଟନମ୍-ରାୟପୁର ସ୍ପେଶାଲ୍, 08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ସ୍ପେଶାଲ ଏବଂ 07265/07266 କାକିନଡା-ବିଶାଖାପାଟନମ୍-କାକିନଡା ବିଶେଷ ଟ୍ରେନ ମାନଙ୍କରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ ଯାତ୍ରା ପାଇଁ ଅନୁମତି ଦିଆଯାଇଛି ।

ଏହା ବ୍ୟତୀତ, ଖୁବ୍ ଶୀଘ୍ର ଚଳାଚଳ କରିବାକୁ ଥିବା ଖୋର୍ଦ୍ଧା ରୋଡ଼-ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ସ୍ପେଶାଲ୍ ଏବଂ ଖଡ଼ଗପୁର-ଭଦ୍ରକ-ଖଡ଼ଗପୁର ସ୍ପେଶାଲ୍ ଟ୍ରେନ ମାନଙ୍କରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ ଯାତ୍ରା ପାଇଁ ଅନୁମତି ଦିଆଯିବ ବୋଲି ରେଳବାଇ ପକ୍ଷରୁ ସୂଚନା ମିଳିଛି ।

ତେବେ କୋଭିଡ ପାଇଁ ଟ୍ରେନ ଯାତ୍ରା ସମ୍ବନ୍ଧୀୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ ଅନୁଯାୟୀ, ସମ୍ପୂର୍ଣ୍ଣ ପ୍ରତୀକ୍ଷା ତାଲିକା ଥିବା ଟ୍ରେନ ଟିକେଟ ଯାତ୍ରୀଙ୍କୁ ଟ୍ରେନରେ ଯାତ୍ରା କରିବା ଏବଂ ଷ୍ଟେସନରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ । ଅଣସଂରକ୍ଷିତ ୟୁଟିଏସ ଟିକେଟକୁ ବର୍ତ୍ତମାନ ଉପରୋକ୍ତ ସୀମିତ ଟ୍ରେନ୍ ଗୁଡିକରେ ଅନୁମତି ଦିଆଯାଉଛି ଯେଉଁଥିରେ କେବଳ ଏହିପରି ଅଣସଂରକ୍ଷିତ ଯାତ୍ରା ପାଇଁ ଅନୁମତି ଦିଆଯାଇଛି ।

ସେପଟେ ଟ୍ରେନ୍ ଯାତ୍ରା ସମୟରେ ଷ୍ଟେସନରେ କୋଭିଡ ସଙ୍କଟ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ କୋଭିଡ 19 ଉପଯୁକ୍ତ ଆଚରଣ ଅନୁସରଣ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀମାନଙ୍କୁ ନିବେଦନ କରାଯାଇଛି।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.