ETV Bharat / city

କଂଗ୍ରେସ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ 78ତମ ଜନ୍ମ ଜୟନ୍ତୀ ପାଳିତ

author img

By

Published : Aug 20, 2022, 1:14 PM IST

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଆଜି ଜନ୍ମ ଜୟନ୍ତୀ । ତାଙ୍କ ଜନ୍ମତିଥିକୁ ସଦଭାବନା ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଭବନ ଓ କଂଗ୍ରେସ ଭବନରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି କଂଗ୍ରେସ ନେତା ଓ କର୍ମୀ । ଅଧିକ ପଢନ୍ତୁ

କଂଗ୍ରେସ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ 78ତମ ଜନ୍ମ ଜୟନ୍ତୀ ପାଳିତ
କଂଗ୍ରେସ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ 78ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ବର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୮ତମ ଜନ୍ମ ଜୟନ୍ତୀ । ୧୯୪୪ ମସିହା ଅଗଷ୍ଟ ୨୦ରେ ରାଜୀବ ଗାନ୍ଧୀ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଜନ୍ମତିଥିକୁ ସଦଭାବନା ଦିବସ ଭାବେ ପାଳନ କରାଯାଉଛି । ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀକୁ ସଦଭାବନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଭାରତକୁ ଏକ ବିକଶିତ ଦେଶ କରିବାକୁ ସ୍ବପ୍ନ ଦେଖିଥିବା ରାଜୀବ ଗାନ୍ଧୀଙ୍କ ସ୍ମୃତିରେ ପ୍ରତିବର୍ଷ ଏହି ଦିବସ ପାଳନ କରାଯାଏ ।

ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଭବନ ଓ କଂଗ୍ରେସ ଭବନରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଏହାସହ ତାଙ୍କର ସ୍ମୃତିଚାରଣ କରାଯାଇଥିଲା । ଏହି ଅବସରରେ ଏଆଇସିସି ସମ୍ପାଦକ ଜି ରୁଦ୍ର ରାଜୁ, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟ ଓ ସନ୍ତୋଷ ସିଂ ସାଲୁଜା ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.