ETV Bharat / city

ରାମମୂର୍ତ୍ତି ମୁଟ୍ଟିକାଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ପୂର୍ବତନ ଗୁଣୁପୁର ବିଧାୟକ ରାମମୂର୍ତ୍ତି ମୁଟ୍ଟିକାଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

author img

By

Published : Sep 12, 2020, 8:19 PM IST

ରାମମୂର୍ତ୍ତି ମୁଟ୍ଟିକାଙ୍କ ବିୟୋଗ, ଦୁଃଖ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ହାଇଦ୍ରାବାଦ: ପୂର୍ବତନ ଗୁଣୁପୁର ବିଧାୟକ ରାମମୂର୍ତ୍ତି ମୁଟ୍ଟିକାଙ୍କ ଦେହାନ୍ତ ଖବର ଜାଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଟ୍ଟିକାଙ୍କ ଅକାଳ ବିୟୋଗରେ ଆମେ ଦୁଃଖିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବିଧାୟକ ଭାବେ ନିଜ ଅଞ୍ଚଳର ଉନ୍ନତି ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ଟ୍ବିଟରରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ରାମମୂର୍ତ୍ତି ମୁଟ୍ଟିକାଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.