ETV Bharat / city

ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବା ନେଇ ରେକର୍ଡ: ଆଞ୍ଚଳିକ ପାଣିପାଗ ବିଭାଗ - Meterological department

ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଉ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ଅଧିକ ପଢନ୍ତୁ...

ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବା ନେଇ ରେକର୍ଡ: ଆଞ୍ଚଳିକ ପାଣିପାଗ ବିଭାଗ

author img

By

Published : Jun 21, 2021, 8:50 PM IST

ଭୁବନେଶ୍ବର: ଜୁନ ପହିଲାରୁ ଜୁନ ୨୧ ତାରିଖ ପର୍ଯ୍ୟନ୍ତ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ୧ଜୁନ ରୁ ୨୧ ଜୁନ ୨୦୨୧ ସୁଦ୍ଧା ଓଡ଼ିଶାରେ ୧୩୬.୩ ମିମି ବର୍ଷା ଅନୁଭୂତ ହୋଇଛି, ଯାହା ସ୍ୱାଭାବିକ ବର୍ଷା ୧୨୬.୬ ମିମି ଠାରୁ ୮ ପ୍ରତିଶତ ଅଧିକ ରହିଛି ।

ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବା ନେଇ ରେକର୍ଡ: ଆଞ୍ଚଳିକ ପାଣିପାଗ ବିଭାଗ
୧ଜୁନ ରୁ ୨୧ ଜୁନ ମଧ୍ୟରେ ରାୟଗଡା, ଗଂଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ, ଏବଂ କେନ୍ଦୁଝର, ଏହି ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଅନୁଭୂତ ହେଇଛି, ଯାହା ସ୍ଵାଭାବିକ ବର୍ଷା ଠାରୁ ୨୦ ରୁ ୫୯% ଯାଏଁ କମ ରହିଛି ।ଏହି ସମୟ ପରିଧି ମଧ୍ୟରେ ୩ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା, ଏବଂ କୋରାପୁ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅତ୍ୟଧିକ ଅର୍ଥାତ ୬୦% କିମ୍ବା ତା ଠାରୁ ଅଧିକ ବର୍ଷା ଅନୁଭୂତ ହେଇଛି ।୮ ଜିଲ୍ଲା କଟକ, ପୁରୀ, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା ଏବଂ ମାଲକାନଗିରି ଠାରେ ସ୍ୱାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି ।

ଜୁନ ୨୧ ତାରିଖ ସୁଦ୍ଧା ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୨୦୩.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୬୪.୨ ମିମି ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.