ETV Bharat / city

11 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ଼ ୱାର୍ନିଙ୍ଗ ଜାରି

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

author img

By

Published : Aug 24, 2020, 8:25 PM IST

heavy-rain-fall
ପ୍ରବଳ ବର୍ଷା ନେଇ ରେଡ଼ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ବାଂଲାଦେଶ ଓ ଏହାର ଆଖପାଖରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପ୍ରବଳ ବର୍ଷା ନେଇ ରେଡ଼ ୱାର୍ନିଙ୍ଗ ଜାରି

ଆସନ୍ତା 24 ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । 25 ତାରିଖ ମଙ୍ଗଳବାର ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଏହାସହ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ ଏବଂ ଜଗତସିଂହପୁର, କଟକ,ଢେଙ୍କାନାଳ, ପୁରୀ,ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି 26 ତାରିଖ ବୁଧବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ,କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବରେ ଜଳବନ୍ଦୀ ସମସ୍ୟା ଓ କୁତ୍ରିମ ବନ୍ୟା ସ୍ଥିତି ଉପୁଜିବା ଉପୁଜିବା ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ପୁରୀ ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି । ବିଶେଷକରି ଏହାର ପ୍ରଭାବରେ ଏହି ଜିଲ୍ଲାର ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ଚାଳ ଘର ଭାଙ୍ଗିବା ଓ ମାଟିରାସ୍ତା ନଷ୍ଟ ହେବା ଏବଂ ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଉତ୍ପନ୍ନ ହେବା ନେଇ ମଧ୍ୟ ଆଲର୍ଟ କରାଯାଇଛି ।

ଝାରସୁଗୁଡା, ବରଗଡ଼,କଳାହାଣ୍ଡି, ନୟାଗଡ଼,ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ବଙ୍ଗୋପସାଗରରେ ଲଘୁଚାପ କାରଣରୁ ସମୁଦ୍ରରେ ୪୫ ରୁ ୫୫ କିମି ବେଗରେ ପବନ ବହିବା କାରଣରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.