ETV Bharat / city

Cyclone Asani Update: ଦୁର୍ବଳ ହେଉଛି ବାତ୍ୟା - ମାଡି ଆସୁଛି ବାତ୍ୟା ଅସାନି

କ୍ରମଶଃ ଦୁର୍ବଳ ହେଉଛି ବାତ୍ୟା ଅସାନି । ସନ୍ଧ୍ୟାରେ ଅସାନି ଭୀଷଣ ବାତ୍ୟାରୁ ପରିବର୍ତ୍ତନ ହୋଇ ବାତ୍ୟାର ରୂପ ନେବ । ଅଧିକ ପଢନ୍ତୁ

Cyclone Asani Update: ଦୁର୍ବଳ ହେଉଛି ବାତ୍ୟା

author img

By

Published : May 10, 2022, 5:08 PM IST

ଭୁବନେଶ୍ବର: କ୍ରମଶଃ ଦୁର୍ବଳ ହେଉଛି ବାତ୍ୟା ଅସାନି । ସନ୍ଧ୍ୟାରେ ଅସାନି ଭୀଷଣ ବାତ୍ୟାରୁ ପରିବର୍ତ୍ତନ ହୋଇ ବାତ୍ୟାର ରୂପ ନେବ । ଏହାପରେ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ଅସାନି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଗତି କରୁଛି ।

Cyclone Asani Update: ଦୁର୍ବଳ ହେଉଛି ବାତ୍ୟା

ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିଲୋମିଟର ଏବଂ ପୁରୀରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି । ଓଡିଶା ଉପକୂଳ ପହଞ୍ଚିବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇଯିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିଲୋମିଟର ଏବଂ ପୁରୀରୁ ୧୫୩ କିଲୋମିଟର ଦୂରରେ ଗତି କରିବ । ଅସାନି ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଅସାନି ପ୍ରଭାବରେ ଆଜି(ମଙ୍ଗଳବାର) ଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ କାଁ ଭାଁ ବର୍ଷା ହେବ ।

ସେହିଭଳି ବାତ୍ୟା ଅସାନି ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟକୁ ପବନର ମଧ୍ୟ ଡର ନଥିବା କଥା କହିଛି ପାଣିପାଗ ବିଭାଗ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରାଯାଇଛି । ଗୋପାଳପୁର ବନ୍ଦର ପାଇଁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଥିବାବେଳେ ପୁରୀ, ଚାନ୍ଦବାଲି/ଧାମରା ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.