ETV Bharat / city

ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ, ମୁଖ୍ୟମନ୍ତ୍ରୀଙ୍କୁ ବିଜେଡି ଛାତ୍ର ଦଳର ଧନ୍ୟବାଦ

author img

By

Published : Mar 31, 2021, 10:53 PM IST

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧିକ ପଢନ୍ତୁ...

ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ: ମୁଖ୍ୟମନ୍ତ୍ରୀଙ୍କୁ ବିଜେଡି ଛାତ୍ର ଦଳର ଧନ୍ୟବାଦ

ଭୁବନେଶ୍ବର: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଯାଇଛି ।

ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ପାଇଁ ୧୫% ସଂରକ୍ଷଣ ବ୍ୟବସ୍ଥା ବିଷୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ପାଇଁ ୧୫% ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହା ଦ୍ବାରା ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପଢୁଥିବା ମେଧାବୀ ଛାତ୍ରଛାତ୍ରୀମାନେ ବହୁଳ ଭାବେ ଉପକୃତ ହେବେ । ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପଢୁଥିବା ମେଧାବୀ ଛାତ୍ରଛାତ୍ରୀ ବେଶ ଲାଭବାନ ହେବେ ବୋଲି ଦେବୀ କହିଛନ୍ତି । ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିବ ବୋଲି ନିଜ ପ୍ରତିକ୍ରିୟାରେ ସେ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.