ETV Bharat / city

ତୁଟିବ ଜମିଜମା ବିବାଦ: ୨୦୪ ଗ୍ରାମରେ ହାଇଟେକ ସର୍ଭେ କରିବ ରାଜସ୍ୱ ବିଭାଗ

author img

By

Published : May 24, 2022, 7:15 PM IST

ଜମିବାଡ଼ି ରେକର୍ଡର ବହୁ ପୁରୁଣା ସର୍ଭେ ଯୋଗୁଁ ବିଭିନ୍ନ ସମସ୍ୟା ଭୋଗୁଛନ୍ତି ଜନସାଧାରଣ । ଜମି କିଣାବିକା, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ସେବା ପାଇବାରେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲୋକେ । ଏହି ସମସ୍ୟାର ସମାଧାନ କରିବା ଲାଗି ପଦକ୍ଷେପ ନେଉଛି ରାଜସ୍ୱ ବିଭାଗ । ଅଧିକ ପଢନ୍ତୁ

ତୁଟିବ ଜମିଜମା ବିବାଦ: ୨୦୪ ଗ୍ରାମରେ ହାଇଟେକ ସର୍ଭେ କରିବ ରାଜସ୍ବ ବିଭାଗ

ଭୁବନେଶ୍ବର: ଜମିବାଡ଼ି ରେକର୍ଡର ବହୁ ପୁରୁଣା ସର୍ଭେ ଯୋଗୁଁ ବିଭିନ୍ନ ସମସ୍ୟା ଭୋଗୁଛନ୍ତି ଜନସାଧାରଣ । ଜମି କିଣାବିକା, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ସେବା ପାଇବାରେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲୋକେ । ଏହି ସମସ୍ୟାର ସମାଧାନ କରିବା ଲାଗି ପଦକ୍ଷେପ ନେଉଛି ରାଜସ୍ୱ ବିଭାଗ । ଏହି ସମସ୍ୟାର ସମାଧାନ ପାଇଁ ୨୦୪ ଗ୍ରାମରେ ହାଇଟେକ ସର୍ଭେ କରିବାକୁ ବିଭାଗ ନିଷ୍ପତ୍ତି ନେଇଛି । ନିଷ୍ପତ୍ତିକୁ ମଞ୍ଜୁର ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ କଳାହାଣ୍ଡି ଗସ୍ତ ସମୟରେ ବିଭିନ୍ନ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ସମୀକ୍ଷା କରିଥିଲେ । ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାପାଳମାନେ ୧୯୨୯ – ୩୦ ମସିହାରେ ସର୍ଭେ ହୋଇଥିବା ୨୦୪ ଗ୍ରାମ ବିଷୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସେହି ଗ୍ରାମରେ ଜମିବାଡ଼ି ରେକର୍ଡର ବହୁ ପୁରୁଣା ସର୍ଭେ ଯୋଗୁ ଜନସାଧାରଣ ଜମି କିଣାବିକା, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ସେବା ପାଇବାରେ ସମସ୍ୟା ଭୋଗୁଥିବା ACSଙ୍କ ନଜରକୁ ଆସିଛି । ଫଳରେ ଏହି ସମସ୍ୟାର ସମାଧାନ ପାଇଁ ୨୦୪ ଗ୍ରାମରେ ହାଇଟେକ ସର୍ଭେ କରିବାକୁ ACS ନିର୍ଦ୍ଦେଶ ଦେଇଛନ୍ତି ।

ଏହା ଫଳରେ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ତହସିଲରେ ୧୩ ଗ୍ରାମ, ବିରିଡି ତହସିଲରେ ୧ ଗ୍ରାମ, ଯାଜପୁର ଜିଲ୍ଲା ଯାଜପୁର ତହସିଲରେ ୧୯ ଗ୍ରାମ, ବିଞ୍ଝାରପୁର ତହସିଲରେ ୩୮ ଗ୍ରାମ, ଦାନଗଦି ତହସିଲରେ ୨୦ ଗ୍ରାମ, ସୁକିନ୍ଦା ତହସିଲରେ ୯ ଗ୍ରାମ, ବ୍ୟାସନଗର ତହସିଲରେ ୧ ଗ୍ରାମ, ଦଶରଥପୁର ତହସିଲରେ ୫ ଗ୍ରାମ, କେନ୍ଦ୍ରାପଡା ଜିଲ୍ଲାରେ ରାଜନଗର ତହସିଲରେ ୨ ଗ୍ରାମ, କଳାହାଣ୍ଡି ଜିଲ୍ଲା କଳାହାଣ୍ଡି ତହସିଲରେ ୭ ଗ୍ରାମ, କେସିଙ୍ଗା ତହସିଲର ୩ ଗ୍ରାମ, କର୍ଲାମୁଣ୍ଡା ତହସିଲରେ ୧ ଗ୍ରାମ, ଥୁଆମୂଳ ରାମପୁର ତହସିଲରେ ୧୦ ଗ୍ରାମ, ଧର୍ମଗଡ ତହସିଲରେ ୧୨ ଗ୍ରାମ, ଗୋଲମୁଣ୍ଡା ତହସିଲରେ ୭ ଗ୍ରାମ, ଜୁନାଗଡ଼ ତହସିଲରେ ୧୮ ଗ୍ରାମ, କୋକସରା ତହସିଲରେ ୬ ଗ୍ରାମ, ଜୟପାଟଣା ତହସିଲର ୨୯ ଗ୍ରାମ ଓ କଳମପୁର ତହସିଲରେ ୩ ଗ୍ରାମରେ ହାଇ ଟେକ ସର୍ଭେ ହେବ । ଫଳରେ ଏହି ୨୦୪ ଗ୍ରାମରେ ସମସ୍ତ ଜାଗାର ଜିଓ ରେଫରେନସିଙ୍ଗ ହୋଇପାରିବ । ଏହି ହାଇଟେକ ସର୍ଭେ ପରେ ଲୋକମାନଙ୍କର ବହୁବିଧ ସମସ୍ୟା ଯଥା ଜମିବାଡ଼ି କିଣାବିକା ଓ ଜାତିଗତ ପ୍ରମାଣପତ୍ର ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂରୀଭୂତ ହେବ । ଏହା ସହ ଉନ୍ନତ ଜ୍ଞାନକୌଶଳ ମାଧ୍ୟମରେ ପଟ୍ଟା ତିଆରି ହୋଇ ଲୋକଙ୍କୁ ମିଳିପାରିବ ବୋଲି ACS ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.