ETV Bharat / city

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ - କେରୋନା ପ୍ରୋଟୋକଲ ଅନୁଯାୟୀ ଶିକ୍ଷାଦାନକୁ ଗୁରୁତ୍ଵ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନେଇ ଏକ ସମୀକ୍ଷା ବୈଠକ । ଅଧିକ ପଢନ୍ତୁ...

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ
author img

By

Published : Aug 18, 2021, 7:36 AM IST

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗତକାଲି(ମଙ୍ଗଳବାର) ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ବୈଠକରେ ଶ୍ରେଣୀ ଗୃହରେ କେରୋନା ପ୍ରୋଟୋକଲ ଅନୁଯାୟୀ ଶିକ୍ଷାଦାନକୁ ଗୁରୁତ୍ଵ ଦିଆଯାଇଛି । ସେପ୍ଟେମ୍ବର ୩୦ ସୁଦ୍ଧା ୬୩,୫୦୦ ଶିକ୍ଷକଙ୍କର ପଦୋନ୍ନତି ପାଇଁ ଏକ ଖସଡ଼ା ପ୍ରସ୍ତୁତ କରାଯାଇଛି । ୧୫,୦୦୦ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସ୍କୁଲର ରକ୍ଷଣାବେକ୍ଷଣ ସହ ମଧ୍ୟାହ୍ନ ଭୋଜନ ଦାୟିତ୍ବ ଦିଆଯାଇଛି । ଏବଂ ସେପ୍ଟେମ୍ବର ୧ରେ ହେବାକୁ ଥିବା OSSTET ପରୀକ୍ଷାର ସୁପରିଚାଳନା ଉପରେ ଗୁରୁତ୍ଵ ଦିଆଯାଇଛି।

ବୈଠକରେ ସଚିବ ଶ୍ରୀ ସାହୁ କହିଛନ୍ତି ଯେ, ଏଣିକି ଜିଲ୍ଲା ଶିକ୍ଷା ଅଧିକାରୀମାନେ ସଂପୃକ୍ତ ଜିଲ୍ଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟାଗୁଡ଼ିକୁ ତଦାରଖ କରିବେ ଏବଂ ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ । "ମୋ ସ୍କୁଲ' କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ବ୍ଲକ ଅନ୍ତର୍ଭୁକ୍ତ କରାଯାଇଛି । ଏଥିରେ ୩୨ ହଜାର ୪୪୭ଟି ବିଦ୍ୟାଳୟ ସାମିଲ ହୋଇଛି । ୧୧୨୩ ହାଇସ୍କୁଲରେ ରୂପାନ୍ତରଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଉଅଛି । ବହୁସଂଖ୍ୟାରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ‘ମୋ ସ୍କୁଲ’ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି ।

ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ଲାବୋରେଟୋରୀକୁ ବ୍ୟାପକ ଭାବରେ କାର୍ଯ୍ୟକାରୀ କରାଯିବ । ଏଥିପାଇଁ ପ୍ରତି ଜିଲ୍ଲା ସ୍ତରରେ ସ୍ଵତନ୍ତ୍ର ଭାବେ ଇ-କଣ୍ଟେଟ ସମୃଦ୍ଧ କରାଯିବ । ସ୍କୁଲଗୁଡ଼ିକର ରକ୍ଷଣାବେକ୍ଷଣ ସହ ମଧ୍ୟାହ୍ନ ଭୋଜନ ଏବଂ ରୋଷେଇ, ବଗିଚା କାର୍ଯ୍ୟ ପାଇଁ ପ୍ରାୟ ୧୫ ହଜାର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଦାୟିତ୍ବ ପ୍ରଦାନ କରାଯିବ । ସମସ୍ତ ବିଦ୍ୟାଳୟ କୋଠାରେ ଏକ ପ୍ରକାର ରଙ୍ଗ ବ୍ୟବହାର କରାଯିବ । ଇତି ମଧ୍ୟରେ ପ୍ରାୟ ସମସ୍ତ ଆଦର୍ଶ ବିଦ୍ୟାଳୟ ପାଇଁ ଜମି ମିଳିଛି । ତେଣୁ ସବୁଠାରେ ଯୁଦ୍ଧକାଳୀନ ଭିଭିରେ କାମ ଆଗେଇ ଚାଲିଛି । ଆଗାମୀ ବର୍ଷଠାରୁ ଆଦର୍ଶ ବିଦ୍ୟାଳୟରେ ଯେପରି ଶତପ୍ରତିଶତ ପିଲା ପାସ୍ ହେବେ ସେଥି ପାଇଁ ଅଧ୍ୟକ୍ଷମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଯେହେତୁ ଏକାଦଶ ଏବଂ ଦ୍ବାଦଶ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଅଧୀନରେ ଅଛି ତେଣୁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ବିଧିବଦ୍ଧ ଭାବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କାର୍ଯ୍ୟର ତଦାରଖ କରିବା ସହ ବିଭାଗର ସମସ୍ତ ନିର୍ଦ୍ଦେଶ ପ୍ରତିପାଳନ କରିବେ ।

ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଯୋଜନା) ଏଥିପାଇଁ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ କରିବେ । ଏହାସହ ଚଳିତ ବର୍ଷଠାରୁ ନବମ ଓ ଦଶମ ଶ୍ରେଣୀର ସାହିତ୍ୟ ବହିରେ ଛାତ୍ରଛାତ୍ରୀମାନଙ୍କର ଜାତୀୟତାବୋଧ ପାଇଁ ବନ୍ଦେ ଉତ୍କଳ ଜନନୀ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭକୁ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ସେମାନଙ୍କର ମୋବାଇଲ ନମ୍ବର ସଂଗ୍ରହ କରିବେ । ଏପଟେ ଆଗାମୀ ସେପ୍ଟେମ୍ବର ୧ ତାରିଖରେ ମାଧ୍ୟମିକ ଶିକ୍ଷକ ଚାକିରିରେ ନିଯୁକ୍ତି ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ଯୋଗ୍ୟତା ପରୀକ୍ଷା (OSSTET)କୁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା କରାଯିବ । ଏହାର ଯଥାର୍ଥ ପରିଚାଳନା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଣିକି ନିରନ୍ତର ଭାବରେ ଶିକ୍ଷାର୍ଥୀମାନଙ୍କର ମୂଲ୍ୟାଙ୍କନ ପାଇଁ ୟୁନିଟ୍ ଟେଷ୍ଟ କରାଯିବ । ସେଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ଜିଲ୍ଲା ରିସୋର୍ସ ଗ୍ରୁପ୍ ଜରିଆରେ ପ୍ରଧାନଶିକ୍ଷକମାନଙ୍କ ପ୍ରଶିକ୍ଷଣକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.