ETV Bharat / city

ସଡକ ସୁରକ୍ଷା ପରିଷଦ ବୈଠକ: ଦୁର୍ଘଟଣା ହ୍ରାସ, ଟ୍ରମା କେୟାର ସେଣ୍ଟର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ରାଜ୍ୟସ୍ତରୀୟ ସଡକ ସୁରକ୍ଷା ପରିଷଦ ବୈଠକ ଆଜି ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବିଶ୍ଵର ଅନ୍ୟ ଦେଶ ତୁଳନାରେ ଭାରତରେ ସର୍ବାଧିକ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ଘଟୁଛି ବୋଲି ମନ୍ତ୍ରୀ କହିଛନ୍ତି । ଅଧିକ ପଢନ୍ତୁ

Lokseba bhawan
Lokseba bhawan
author img

By

Published : Dec 23, 2021, 11:05 PM IST

ଭୁବନେଶ୍ବର: ରାଜ୍ୟସ୍ତରୀୟ ସଡକ ସୁରକ୍ଷା ପରିଷଦ ବୈଠକ ଆଜି ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବିଶ୍ଵର ଅନ୍ୟ ଦେଶ ତୁଳନାରେ ଭାରତରେ ସର୍ବାଧିକ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ଘଟୁଛି ବୋଲି ମନ୍ତ୍ରୀ କହିଛନ୍ତି ।

ସଡକ ସୁରକ୍ଷା ପରିଷଦ ବୈଠକ:ଦୁର୍ଘଟଣା ହ୍ରାସ, ଟ୍ରମା କେୟାର ସେଣ୍ଟର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ମନ୍ତ୍ରୀ କହିଛନ୍ତି ୨୦୨୦ ମସିହାରେ ଓଡିଶାରେ ମୋଟରେ ୪ ହଜାର ୭୩୮ ଜଣ ବ୍ୟକ୍ତି ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ପ୍ରାୟ ୫ ହଜାର ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ୨୦୧୯ ମସିହା ତୁଳନାରେ ଦୁର୍ଘଟଣାଜନିତ ମୃତ୍ୟୁ ହାର ପ୍ରାୟ ୧୧ % ହ୍ରାସ ପାଇଛି । କୋଭିଡ ସ୍ଥିତିରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲକଡାଉନ ଓ ସଟଡାଉନ ଲାଗୁ ହେବା କାରଣରୁ ମୃତ୍ୟୁହାର ହ୍ରାସ ପାଇଛି । ରାଜ୍ୟରେ ଘଟୁଥିବା ପ୍ରତି ୧୦୦ ଟି ଦୁର୍ଘଟଣାରେ ୪୮ ଜଣ ମୃତ୍ୟୁବରଣ କରୁଥିବାବେଳେ ଜାତୀୟ ସ୍ତରରେ ମୃତ୍ୟୁ ସଂଖ୍ୟା ୩୬ ରହିଛି । ଯାଜପୁର, ମୟୂରଭଞ୍ଜ, ସୁନ୍ଦରଗଡ, କେଉଁଝର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ଵର, ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଅଧିକ ସଂଖ୍ୟକ ଲୋକ ସଡକ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି । ମୋଟର ସାଇକେଲ ଚାଳକଙ୍କ ସଂଖ୍ୟା ସମୁଦାୟ ସଡକ ଦୁର୍ଘଟଣା ଜନିତ ମୃତ୍ୟୁର ୫୩ ପ୍ରତିଶତ ଏବଂ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୮୦ ପ୍ରତିଶତ ହେଲମେଟ ପିନ୍ଧି ନଥିବାରୁ ମୃତ୍ୟୁ ବରଣ କରୁଛନ୍ତି ।

ସଡକ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମାଇବା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନେକ ଗୁଡିଏ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ପରିବହନ ବିଭାଗ ତରଫରୁ ସଡକ ଦୁର୍ଘଟଣା ପୀଡିତଙ୍କୁ ସାହାଯ୍ୟ କରିବା ପାଇଁ ଏକ ସ୍ଵେଚ୍ଛାସେବୀ ଗୋଷ୍ଠୀ ପ୍ରସ୍ତୁତ କରାଯାଇଛି । ଏମାନଙ୍କୁ ଫାର୍ଷ୍ଟ ରେସପଣ୍ଡର ଟ୍ରେନିଂ ଦିଆଯାଇଛି । ଯାନଚାଳକମାନଙ୍କ ପାଇଁ ରିଫ୍ରେସର ଟ୍ରେନିଂ କରାଯାଉଛି । ବ୍ଲାକ ସ୍ପଟ ଗୁଡିକୁ ସେଭ ଲାଇଫ ଫାଉଣ୍ଡେସନ ଦ୍ବାରା ସର୍ଭେ କରାଯାଇ ତ୍ରୁଟି ସୁଧାରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି । ଅନ୍ୟପଟେ ବିଭିନ୍ନ ରାସ୍ତାର ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ହେଉଛି । ଫଳରେ ଲୋକମାନେ ସମସ୍ୟାରେ ପଡୁଛନ୍ତି । ବ୍ଲାକ ସ୍ପଟ ଚିହ୍ନଟ ହୋଇଛି । ହେଲେ ଏ ନେଇ ପଦକ୍ଷେପ ନେବାରେ ବିଳମ୍ବ ହେଉଛି । ଦୁର୍ଘଟଣା ପରେ ଆବଶ୍ୟକ ଟ୍ରମା କେୟାର ସେଣ୍ଟର କାର୍ଯ୍ୟକ୍ଷମ ହୋଇନାହିଁ । ଏ ନେଇ ଆଜିର ବୈଠକରେ ବିସ୍ତ୍ରୁତ ଭାବେ ଆଲୋଚନା ହୋଇଛି । କିପରି ତୁରନ୍ତ ପଦକ୍ଷେପ ନିଆଯାଇପାରିବ ସେ ନେଇ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢୀ, ଆଇନ ସଚିବ, ପୋଲିସ ବିଭାଗର ଅତିରିକ୍ତ ଡିଜି, ବିଭାଗର ବରିଷ୍ଠ ଅଧିକାରୀ ସମେତ ସଡକ ସୁରକ୍ଷା ପରିଷଦର ସଦସ୍ୟ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.