ETV Bharat / city

'ବିଜେପି ଇଶାରାରେ ନାଚୁଛି କଂଗ୍ରେସ' - sasmit patra

କଂଗ୍ରେସର ଆଜି ଓଡିଶା ବନ୍ଦ ଡକରା ନେଇ ତାତିଲା ବିଜେଡି । ବିଜେପି ଇଶାରାରେ କଂଗ୍ରେସ ନାଚୁଛି । ମମିତା ମେହେର ହତ୍ୟା ମାମଲାରେ ଦଳ ହୀନ ରାଜନୀତି କରିବାକୁ ବିଜେପି ସହ ହାତ ମିଳାଇଥିବା କହିଛନ୍ତି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର । ଅଧିକ ପଢନ୍ତୁ...

'ବିଜେପି ଇଶାରାରେ ନାଚୁଛି କଂଗ୍ରେସ'
'ବିଜେପି ଇଶାରାରେ ନାଚୁଛି କଂଗ୍ରେସ'
author img

By

Published : Nov 12, 2021, 10:20 AM IST

ଭୁବନେଶ୍ବର: ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଛି । କୋଟି କୋଟି ଚାକିରି ଚାଲିଯାଇଛି । ଅର୍ଥନୀତି ପଛେଇ ଯାଇଛି । ଲକଡାଉନ ପରେ ଗତ କିଛି ମାସ ହେଲା ଓଡିଶାର ଲୋକମାନେ ହରାଇଥିବା ଜୀବିକାର ପୁନରୁଦ୍ଧାର କରିବାକୁ ଚାହୁଁଛନ୍ତି । ଏଭଳି ସ୍ଥିତିରେ ବନ୍ଦ ଡାକରା ଯୋଗୁଁ ରୋଜଗାର ହରାଉଥିବା ଲୋକେ କଂଗ୍ରେସକୁ କ୍ଷମା କରିବେ ନାହିଁ । ଯୁବ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

'ବିଜେପି ଇଶାରାରେ ନାଚୁଛି କଂଗ୍ରେସ'

ସସ୍ମିତ କହିଛନ୍ତି ଯେ, ଗୁରୁତ୍ୱପୂର୍ଣ୍ଣ ସମୟରେ ଓଡିଶା କଂଗ୍ରେସ ଏକ ବନ୍ଦ ଡାକରା ଦେଇଛି । ଯାହା ଦ୍ୱାରା ଓଡିଶାର ୪.୫ କୋଟି ଲୋକଙ୍କ ଜୀବନ ଓ ଜୀବିକା ଉପରେ ଗୁରୁତର ପ୍ରଭାବ ପଡିଛି । ପରିବାର ଏକ ରୋଜଗାରିଆ ବଢିଲା ଝିଅକୁ ହରାଇଛି । ଏହି ଘଟଣାରେ ଆମେ ସମସ୍ତେ ଅତ୍ୟନ୍ତ ଦୁଃଖିତ । ଏହି ମାମଲାକୁ ରାଜନୀତିକରଣ ନ କରିବାକୁ ପରିବାର ଲୋକେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ତଦନ୍ତରେ ସେମାନେ ସନ୍ତୁଷ୍ଟ ଅଛନ୍ତି । ତଥାପି କଂଗ୍ରେସ ଏହି ମାମଲାରେ ହୀନ ରାଜନୀତି କରିବାକୁ ଓଡିଶା ବିଜେପି ସହ ହାତ ମିଳାଇଥିବା ଜଣାପଡିଛି । ଏହି ପ୍ରସଙ୍ଗରେ ଯଦି ଓଡିଶା କଂଗ୍ରେସ ନିକଟରେ କୌଣସି ପ୍ରମାଣ ଅଛି, ସେମାନେ କୋର୍ଟ ଯାଇ ନ୍ୟାୟ ଲୋଡିପାରିବେ । କିନ୍ତୁ ଏହା ବଦଳରେ ବନ୍ଦ ଡାକରା ଦେବା ଅତ୍ୟନ୍ତ ନିଷ୍ଠୁର ଆଚରଣ ।

ଏଥିରୁ ସ୍ପଷ୍ଟ ହୋଇଛି ଯେ ଓଡିଶା କଂଗ୍ରେସ ବର୍ତ୍ତମାନ ଓଡିଶା ବିଜେପିର ବି-ଟିମ୍ ଭାବେ କାର୍ଯ୍ୟ କରୁଛି । ଏହାର ଦୁର୍ବଳ ଆର୍ଥିକ ସ୍ଥିତି ହେତୁ ଓଡିଶା କଂଗ୍ରେସର କାର୍ଯ୍ୟକଳାପ ଓଡିଶା ବିଜେପିରୁ ଆର୍ଥିକ ସହାୟତା ପାଉଥିବା ଭଳି ଜଣାପଡୁଛି । ଯେକୌଣସି ପୃଷ୍ଠ ପୋଷକତା ବିନା ସର୍ତ୍ତରେ ଯେ ନୁହେଁ ତାହା ଆମେ ସମସ୍ତେ ଜାଣିଛେ ।

ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ, ଓଡିଶା କଂଗ୍ରେସ ଓଡ଼ିଶା ବିଜେପିର ଇସାରାରେ ନାଚୁଛି । ଓଡ଼ିଶା କଂଗ୍ରେସ ଆଉ ଲୋକଙ୍କ ପ୍ରସଙ୍ଗ ଯେପରିକି ମୂଲ୍ୟ ବୃଦ୍ଧି, ବେକାରୀ, କୃଷକ ଆନ୍ଦୋଳନ ଇତ୍ୟାଦି ଉଠାଇବାକୁ ଚାହୁଁନାହିଁ । ଓଡିଶା ବିଜେପି ଯାହା କରିବାକୁ କହୁଛି ତାହା ଏମାନେ କରୁଛନ୍ତି । ସେମାନଙ୍କର ଉଦ୍ଦେଶ୍ୟ ପୀଡିତାଙ୍କ ପାଇଁ ନ୍ୟାୟ ନୁହେଁ । ବରଂ ସେମାନଙ୍କ ଦଳ ପ୍ରାସଙ୍ଗିକ ରହିବା ସହିତ ଓଡିଶା ବିଜେପିର ଭଲ ନଜରରେ ରହିବ । ଯାହା ଦ୍ୱାରା ଓଡିଶା କଂଗ୍ରେସକୁ ସହାୟତା ମିଳିପାରିବ ବୋଲି ସସ୍ମିତ କହିଛନ୍ତି ।

ଆମେ ଓଡିଶା କଂଗ୍ରେସକୁ ଅନୁରୋଧ କରୁଛୁ ଯେ ଓଡିଶା ବିଜେପିର ଏକ ବି-ଟିମ୍ ଭାବରେ ନ ରୁହନ୍ତୁ । ଏହି ବନ୍ଦ ଡାକରାକୁ ପ୍ରତ୍ୟାହାର କରନ୍ତୁ । ଓଡ଼ିଶାର ଲୋକମାନେ ବନ୍ଦ ଚାହାନ୍ତି ନାହିଁ । କଂଗ୍ରେସ ଲୋକଙ୍କୁ ରୋଜଗାର କରିବାର ଅଧିକାରରୁ ବଞ୍ଚିତ କରିବା ଉଚିତ ନୁହେଁ । ରୋଜଗାର ହରାଇବା ଦ୍ୱାରା ଓଡିଶାବାସୀଙ୍କ ଜୀବନ ଦୁର୍ବିସହ ହେବ, ଯେଉଁଥିପାଇଁ ରାଜ୍ୟବାସୀ କଦାପି ଓଡିଶା କଂଗ୍ରେସକୁ କ୍ଷମା କରିବେ ନାହିଁ । ବନ୍ଦର ପ୍ରାୟୋଜକ ସାଜିଥିବା କଂଗ୍ରେସର ଏ-ଟିମ୍‍ ଓଡିଶା ବିଜେପିକୁ ଲୋକେ ଠିକଣା ସମୟରେ ଉଚିତ୍‍ ଜବାବ ଦେବେ । ଓଡ଼ିଶାର ଲୋକମାନେ ଉଭୟ ଓଡ଼ିଶା କଂଗ୍ରେସ ଓ ଓଡିଶା ବିଜେପିର କଳୁଷିତ ରାଜନୀତିକୁ ଦେଖିଛନ୍ତି । ତଥାପି ଓଡ଼ିଶା କଂଗ୍ରେସ ଏଥିରୁ କିଛି ଶିଖିଲା ନାହିଁ । ଯେଉଁଥିପାଇଁ ଓଡିଶା ରାଜନୀତିରେ ନିଜର ପ୍ରାସଙ୍ଗିକତା ହରାଇଛି ବୋଲି କହିଛନ୍ତି ସସ୍ମିତ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.