ଭୁବନେଶ୍ବର: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶଙ୍କ କାର୍ଯ୍ୟଭାର ଗ୍ରହଣ । ସତ୍ୟେନ୍ଦ୍ର ପ୍ରକାଶଙ୍କର କେନ୍ଦ୍ର ସରକାରଙ୍କ ଜନ ସମ୍ପର୍କ, ଗଣମାଧ୍ୟମ ପରିଚାଳନା, ପ୍ରଶାସନ, ନୀତି ନିର୍ଦ୍ଧାରଣ ଓ କାର୍ଯ୍ୟକ୍ରମ ତ୍ବରାନ୍ବିତ କରିବା କ୍ଷେତ୍ରରେ ଗଭୀର ଅଭିଜ୍ଞତା ରହିଛି । ସେ ବିଭିନ୍ନ ଜାତୀୟ ଓ ୟୁନେସ୍କୋ, ୟୁନିସେଫ୍, ୟୁଏନଡିପି ଇତ୍ୟାଦି ଆନ୍ତର୍ଜାତିକ ମଞ୍ଚରେ ଭାରତର ପ୍ରତିନିଧିତ୍ବ କରିଛନ୍ତି । ଏଥିସହ କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋ ନିମନ୍ତେ ସରକାରୀ ବିଜ୍ଞାପନର ବିଷୟବସ୍ତୁ ସମ୍ପର୍କୀତ ମାର୍ଗଦର୍ଶିକା ପ୍ରସ୍ତୁତି, ଇଣ୍ଟରନେଟ ଓ ଡିଜିଟାଲ ଗଣମାଧ୍ୟମ ନୀତି, ଏଫଏମ୍ ରେଡିଓ ନୀତି, ଡିଜିଟାଲ ଚଳଚ୍ଚିତ୍ର ନୀତି ଇତ୍ୟାଦି ପ୍ରସ୍ତୁତି କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଛି ।
ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୨୦୨୧ ଗଣତନ୍ତ୍ର ଦିବସ ନିମନ୍ତେ ପ୍ରଥମ 'ଭୋକାଲ ଫର ଲୋକାଲ' ପ୍ରଜ୍ଞାପନ ମଣ୍ଡପ ନିର୍ମାଣ ପାଇଁ ତାଙ୍କର ଭୂମିକା ବେଶ୍ ଗୁରୁତ୍ବପୂର୍ଣ୍ଣ ସ୍ବିକୃତି ଲାଭ କରିଛି । ସତ୍ୟେନ୍ଦ୍ର ପ୍ରକାଶ ଭାରତ ସରକାରଙ୍କର ଅନେକ ପ୍ରମୁଖ ଜନସୂଚନା ଅଭିଯାନର ପରିପାଟୀ ପ୍ରସ୍ତୁତି ସହ କାର୍ଯ୍ୟାନ୍ନୋୟନରେ ମଧ୍ୟ ମୁଖ୍ୟ ଥିଲେ । ସେ ଅନେକ ଗୁରୁତ୍ବପୂର୍ଣ୍ଣ ଆଇଇସି ଅଭିଯାନ ସଂଯୋଜନା କରିଛନ୍ତି ।
୨୦୨୧-୨୨ରେ ମତଦାତା ସଚେତନତା ଓ ଭୋଟଦାନରେ ଅଂଶଗ୍ରହଣ ବୃଦ୍ଧି ପାଇଁ ତାଙ୍କୁ ନିକଟରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାତୀୟ ସମ୍ମାନରେ ସମ୍ମାନୀତ କରାଯାଇଛି । ସତ୍ୟେନ୍ଦ୍ର ପ୍ରକାଶ କାର୍ଯ୍ୟଭାର ଗ୍ରହଣ କରିବା ପରେ ପିଆଇବିର ବରିଷ୍ଠ ଅଧିକାରୀଗଣ ତାଙ୍କୁ ସ୍ବାଗତ ଜଣାଇଛନ୍ତି ।