ଭୁବନେଶ୍ବର: ରାଜ୍ୟରେ କମିବ ନାହିଁ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ଛାତ୍ରବୃତ୍ତି । ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଚଳିତ ହାରରେ ମିଳିବ ଛାତ୍ରବୃତ୍ତି ।
ଏସି/ଏସଟି ବିକାଶ ବିଭାଗ ଦ୍ବାରା ଛାତ୍ର ବୃତ୍ତି କମାଇବା ନିଷ୍ପତ୍ତିକୁ ସ୍ଥଗିତ ରଖିବାକୁ ସିଏମ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କିତ ଫାଇଲଟିକ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ସେ ଆଦେଶ ଦେଇଛନ୍ତି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ