ETV Bharat / city

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ରଘୁନାଥଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ - Sclputure Artist Raghunath Mahapatra

ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କୁ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିଆଯିବ ଅନ୍ତିମ ବିଦାୟ । ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

Sclputure artist Raghunath Mahapatra
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ରଘୁନାଥଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
author img

By

Published : May 9, 2021, 7:40 PM IST

ଭୁବନେଶ୍ବର : ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାପାତ୍ର ତାଙ୍କ ନିହାଣ ମୁନରେ ଓଡ଼ିଶାର ମହାନ କଳା ପରମ୍ପରାକୁ ବିଶ୍ବବ୍ୟାପୀ କରିଥିଲେ । ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ। ସାରା ଦେଶରେ ବହୁସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା । ପୁରୀ ଶ୍ରୀ ମନ୍ଦିର ମରାମତିରେ ସେ ମଧ୍ୟ ସହଯୋଗ କରିଥିଲେ । ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦକ୍ଷତା ପ୍ରଦର୍ଶନ କରିଯାଇଛନ୍ତି । ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟକର ପ୍ରତିଭା ।

ତାଙ୍କ ବିୟୋଗରେ ଭାରତର କଳା ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.