ETV Bharat / city

ସାମ୍ବାଦିକଙ୍କୁ ମାଡ଼ ପ୍ରସଙ୍ଗ: ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ

ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ନିର୍ବାଚନ ଆୟୋଗଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ସାମ୍ବାଦିକ । ବିଭିନ୍ନ ବୁଥ୍‌ରେ ସାମ୍ବାଦିକମାନେ ସଙ୍ଗବଦ୍ଧ ଆକ୍ରମଣର ଶିକାର ହୋଇଛନ୍ତି । ଅଧିକ ପଢ଼ନ୍ତୁ

author img

By

Published : Feb 20, 2022, 3:34 PM IST

Updated : Feb 20, 2022, 4:13 PM IST

ସାମ୍ବାଦିକଙ୍କୁ ମାଡ଼ ପ୍ରସଙ୍ଗ: ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ
ସାମ୍ବାଦିକଙ୍କୁ ମାଡ଼ ପ୍ରସଙ୍ଗ: ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ

ଭୁବନେଶ୍ବର: ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ନିର୍ବାଚନ ଆୟୋଗଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ସାମ୍ବାଦିକ । ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖାଦେଇଛି । ଏହାରି ମଧ୍ୟରେ ବିଭିନ୍ନ ବୁଥ୍‌ରେ ସାମ୍ବାଦିକମାନେ ସଙ୍ଗବଦ୍ଧ ଆକ୍ରମଣର ଶିକାର ହୋଇଛନ୍ତି । ଆକ୍ରମଣକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ସାମ୍ବାଦିକ ପ୍ରତିନିଧି ମଣ୍ଡଳୀ । ସନ୍ଧ୍ୟା ସୁଦ୍ଧା ଆକ୍ରମଣ କାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ବିରୋଧରେ କଡ଼ା ଦଫା ଲଗାଇବାକୁ ଦାବି କରିଛନ୍ତି ବରିଷ୍ଠ ସାମ୍ବାଦିକ ।

ଯାଜପୁର, ନୟାଗଡ଼ ଓ କଣାସରେ ପଞ୍ଚାୟତ ଭୋଟ ଗ୍ରହଣ ବେଳେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏହାକୁ ନେଇ ଗଣମାଧ୍ୟମ ସଂସ୍ଥାର ସମ୍ପାଦକ ଓ ସାମ୍ବାଦିକମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଉଦବେଗ ପ୍ରକାଶ କରିଛନ୍ତି । ବାରମ୍ବାର ସାମ୍ବାଦିକଙ୍କ ଉପରେ ଏଭଳି ଆକ୍ରମଣ ଘଟଣାକୁ ନିନ୍ଦା କରିବା ସହ ଆକ୍ରମଣକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି ।

ନିର୍ବାଚନ ପରିଚାଳନାରେ ଭାଗ ନେଉଥିବା ଅଧିକାରୀଙ୍କୁ ଆକ୍ରମଣବେଳେ ଯେଉଁ ଦଫା ଲଗାଯାଉଛି ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣ ସମୟରେ ସେହିଭଳି କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ଦାବି ହୋଇଛି । କଡ଼ା ସୁରକ୍ଷାର ବନ୍ଦୋବସ୍ତ କରିବାକୁ ଦାବି କରିଛନ୍ତି ବରିଷ୍ଠ ସାମ୍ବାଦିକଗଣ । କଣାସ ଘଟଣାରେ ବର୍ତ୍ତମାନ ସୁଦ୍ଧା ମାତ୍ର ୮ ଜଣଙ୍କୁ ଗିରଫ କରଯାଇଥିବାରୁ ଏହାକୁ ଦୃଢ଼ ନିନ୍ଦା କରିଛନ୍ତି ସମସ୍ତ ସମ୍ପାଦକ । ସେପଟେ ରାଜ୍ୟ ନିର୍ବାଚନ କମିଶନ ସମ୍ପୃକ୍ତ ଜିଲ୍ଲାର ଅଧିକାରୀଙ୍କ ସହ ଆଲୋଚନା କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Feb 20, 2022, 4:13 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.