ETV Bharat / city

Panchayat Poll: 71% ମତଦାନ ସହ ସରିିଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ - ଦ୍ବିତୀୟ ପର୍ଯ୍ୟାୟରେ ମୋଟ ମତଦାନ ପ୍ରତିଶତ

ରାଜ୍ୟରେ ଆଜି(ଶୁକ୍ରବାର) ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ମୋଟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛି । ଅଧିକ ପଢନ୍ତୁ

Second Phase Voting: 71% ହୋଇଛି ମତଦାନ, ନିର୍ବାଚନ ଆୟୋଗର ସୂଚନା

author img

By

Published : Feb 18, 2022, 6:01 PM IST

Updated : Feb 18, 2022, 6:30 PM IST

ଭୁବନେଶ୍ବର: ଆଜି(ଶୁକ୍ରବାର) ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହୋଇଛି । ମୋଟ 68 ଟି ବ୍ଳକର 1514 ଟି ଗ୍ରାମ ପଞ୍ଚାୟତରେ 186 ଜିଲ୍ଲା ପରିଷଦ ସଭ୍ୟ ପାଇଁ 20,436 ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଛି ବୋଲି କହିଛି ରାଜ୍ୟ ନିର୍ବାଚନ ଆୟୋଗ । ରାଜ୍ୟରେ ମୋଟ 71 ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।

Panchayat Poll: 71% ମତଦାନ ସହ ସରିିଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ

ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଅଛି. ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ନିର୍ବାଚନରେ ପରିସ୍ଥିତି ଉନ୍ନତି ପରିଲକ୍ଷିତ ହୋଇଛି ।

ଏହି ପର୍ଯ୍ୟାୟରେ ମୋଟ 2 ଲକ୍ଷ 10 ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ 71 % ମତଦାନ ହୋଇଅଛି । କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏହା ବ୍ୟତୀତ ବାଲଟ ପେପରରେ ତୃଟି ପାଇଁ ୨-୩ଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ ।

ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇବା ପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟର ମାନେ ସକ୍ରିୟ ଅଂଶଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରିଥିବା କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Feb 18, 2022, 6:30 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.