ETV Bharat / city

Panchayat Election: ପ୍ରଥମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ, ୨୨୩୭୯ ବୁଥ୍‌ରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ

author img

By

Published : Feb 16, 2022, 6:17 PM IST

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ରାଜ୍ୟରେ ମୋଟ ୭୦ ପ୍ରତିଶତ ମତଦାନ ହୋଇଛି । ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ମତ ସାବ୍ୟସ୍ତ କରିଛନ୍ତି । ଅଧିକ ପଢ଼ନ୍ତୁ

Panchayat Election: ପ୍ରଥମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ

ଭୁବନେଶ୍ବର: ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆଜି ଶେଷ ହୋଇଛି । ଏହାକୁ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ । ପ୍ରଥମ ପର୍ଯ୍ୟାୟରେ ମୋଟ ୭୧ଟି ବ୍ଳକର ୧୬୬୯ଟି ଗ୍ରାମ ପଞ୍ଚାୟତରେ ମତଦାନ ଶେଷ ହୋଇଛି । ୨୦୦ ଜିଲ୍ଲା ପରିଷଦ ସଭ୍ୟ ପଦବୀ ପାଇଁ ୨୨୩୭୯ ବୁଥ୍‌ରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଛି ।

ଭୋଟ ଗ୍ରହଣ ସମୟରେ କେତେକ ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳା ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ ସମ୍ପନ୍ନ ହୋଇଛି ବୋଲି କହିଛନ୍ତି ନିର୍ବାଚନ କମିଶନ । ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ ନିର୍ବାଚନ କମିଶନ ଗମ୍ଭୀରତାର ସହ ବିଚାରକୁ ନେଇଛନ୍ତି ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୂର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ଶେଷ କରିବା ଦିଗରେ ଧ୍ୟାନ ଦେବାକୁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପର୍ଯ୍ୟାୟରେ ମୋଟ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୭୦ ପ୍ରତିଶତ ମତଦାନ ହୋଇଛି । କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଳକର ତୁଣ୍ଡାମେଲା ଗ୍ରାମ ପଞ୍ଚାୟତର ୱାର୍ଡ ନମ୍ବର ୧୧ରେ ବିଶେଷ କାରଣ ଯୋଗୁଁ ନିର୍ବାଚନ ହୋଇନାହିଁ ।
କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ଯୋଗୁଁ ଭୋଟ ଗ୍ରହଣ ପ୍ରକ୍ରିୟାରେ ସମସ୍ୟା ସୃଷ୍ଟି ହୋଇଛି । ହେବା ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ ଢେଙ୍କାନାଳ ଜିଲ୍ଲାର ୩ଟି ବୁଥ୍‌, ଯାଜପୁର ଜିଲ୍ଲାର ୭ଟି ବୁଥ୍‌ ଏବଂ ପୁରୀ ଜିଲ୍ଲାର ୫ଟି ବୁଥ୍‌ରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି ।

ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ମଗାଯାଇଛି । ରିପୋର୍ଟ ମିଳିବା ପରେ ରାଜ୍ୟ ନିର୍ବାଚନ କମିଶନ ଏ ଦିଗରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟର ମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହ ସହଯୋଗ କରିଥିଲେ । ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସମସ୍ତ ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.