ETV Bharat / city

କୋରୋନା‌ ଯୋଦ୍ଧାଙ୍କୁ ସମ୍ମାନ, ନିରବ ପ୍ରାର୍ଥନା କଲା ଓଡିଶା - କୋରୋନା‌ ଯୋଦ୍ଧାଙ୍କୁ ସମ୍ମାନ

କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନ ପାଇଁ ନିରବ ପ୍ରାର୍ଥନା କଲା ସାରା ଓଡ଼ିଶା । ଯେଉଁମାନେ ମହାମାରୀ ମୁକାବିଲାରେ ନିଜ ପ୍ରାଣବଳୀ ଦେଇଛନ୍ତି ସେମାନଙ୍କ ସମ୍ମାନରେ ଗୋଟିଏ ମିନିଟର ନିରବ ପ୍ରାର୍ଥନା କଲା ଓଡିଶା । ଅଧିକ ପଢନ୍ତୁ...

କୋରୋନାରେ ମୃତ କୋଭିଡ ଯୋଦ୍ଧାଙ୍କୁ ନେଇ ରାଜ୍ୟ ସରକାରଙ୍କ ନିରବ ପ୍ରାର୍ଥନା ।

author img

By

Published : Aug 5, 2020, 6:24 PM IST

Updated : Aug 5, 2020, 8:04 PM IST

ଭୁବନେଶ୍ବର: କୋରୋନାରେ ମୃତ କୋଭିଡ ଯୋଦ୍ଧାଙ୍କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନୀରବ ପ୍ରାର୍ଥନା କରିଛନ୍ତି । କୋରୋନା ଯୋଦ୍ଧାଙ୍କ ବଳିଦାନର ସ୍ମୃତିରରେ ରାଜ୍ୟ ସରକାର ପ୍ରାର୍ଥନା କରିଛନ୍ତି । ଏପଟେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ନାନ ଜଣାଇବାକୁ ଶପଥ କରାଇଲେ ମୁଖ୍ୟମନ୍ତ୍ରୀ । କୋରୋନା ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବାକୁ ଶପଥ ପାଠ କରାଇବା ସହିତ କୋଭିଡ୍ ନିୟମ ମାନିବାକୁ ବି ମୁଖ୍ୟମନ୍ତ୍ରୀ କରାଇଲେ ଶପଥ ପାଠ । ଏହା ସହ ସମଗ୍ର ଓଡିଶାରୁ ଏଯାବତ 25 ଜଣ କୋରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

କୋରୋନା‌ ଯୋଦ୍ଧାଙ୍କୁ ସମ୍ମାନ, ନିରବ ପ୍ରାର୍ଥନା କଲା ସାରା ଓଡିଶା

ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି। ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।

ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ। ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ; ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ ।

ଏପଟେ କୋରୋନାରେ ମୃତ କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।

କୋରୋନା‌ ଯୋଦ୍ଧାଙ୍କୁ ସମ୍ମାନ, ନିରବ ପ୍ରାର୍ଥନା କଲା ଓଡିଶା

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Last Updated : Aug 5, 2020, 8:04 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.