ETV Bharat / city

STATE CORONA DEATH; ମହାମାରୀ ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ - କୋରୋନା ମୃତ୍ୟୁ ରିପୋର୍ଟ

ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬ ଜଣଙ୍କ ମୁଣ୍ଡ ନେଲା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮୧୯୮କୁ ବୃଦ୍ଧି ହୋଇଛି ।

STATE CORONA DEATH; ମହାମାରୀ ଆଖି ବୁଜିଲେ ୬ କୋରୋନା ଆକ୍ରାନ୍ତ

author img

By

Published : Sep 30, 2021, 11:27 AM IST

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଖସିଥିଲା । ହେଲେ ଲଗାତାର ତିନି ଦିନ ହେବ ୫୦୦ ଉପରେ ରହୁଛି ଦୈନିକ ସଂକ୍ରମଣ । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ଗୁରୁବାର) ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ, ଜଗତସିଂହପୁର, ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୨ ଜଣଙ୍କ ମୁଣ୍ତ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮୧୯୮କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୦୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୪୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୧୨,୫୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୬୪୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.